ଓଡ଼ିଶାଲାଇଭ୍‌ ବ୍ୟୁରୋ

ସେପ୍ଟେମ୍ବର ପହିଲାରୁ ଖୋଲିବ ଲିଙ୍ଗରାଜ ମନ୍ଦିର। ଖୋର୍ଦ୍ଧା ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଶ୍ରୀଲିଙ୍ଗରାଜ ଟ୍ରଷ୍ଟ ବୋର୍ଡର ବୈଠକରେ ମନ୍ଦିର ଖୋଲିବା ନେଇ ନିଷ୍ପତ୍ତି ହୋଇଛି। ବିଏମ୍‌ସିର କୋଭିଡ ନିର୍ଦ୍ଦେଶାବଳୀ ଅନୁଯାୟୀ ଶ୍ରୀଲିଙ୍ଗରାଜ ମନ୍ଦିରକୁ ଭକ୍ତ ପ୍ରବେଶ କରିପାରିବେ।

ସେହିପରି ଏହି ବୈଠକରେ ମହାପ୍ରଭୁଙ୍କର ରୂପାର ପ୍ରଭା, ନୂଆ ବିମାନ ଓ ନୂଆ ପାଲିଙ୍କି ତିଆରି କରିବାକୁ ନିଷ୍ପତ୍ତି ନିଆଯାଇଛି। ଶ୍ରୀ ଲିଙ୍ଗରାଜ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ଶ୍ରୀ ଚନ୍ଦ୍ରଶେଖର, ମା’ ଭୁବନେଶ୍ୱରୀ, ମା ପାର୍ବତୀଙ୍କ ପାଇଁ ତିନି ଗୋଟି ରୂପାର ପ୍ରଭା ତିଆରି କରିବା ପାଇଁ ମଧ୍ୟ ନିଷ୍ପତ୍ତି ନିଆଯାଇଛି।

ମହାପ୍ରଭୁଙ୍କର ଶତାଧିକ ବର୍ଷର ପୁରୁଣା ବିମାନ ଓ ପାଲିଙ୍କି ନୂଆ ତିଆରି କରିବା ପାଇଁ ଟ୍ରଷ୍ଟ ବୋର୍ଡ ନିଷ୍ପତ୍ତି ନେଇଛନ୍ତି। ଏହି ପାଲିଙ୍କି ଓ ବିମାନ ନିର୍ମାଣ କରିବାର ସମସ୍ତ ଖର୍ଚ୍ଚ ସୋଆ ବିଶ୍ୱ ବିଦ୍ୟାଳୟ ବହନ କରିବ।

Comment