ଓଡ଼ିଶାଲାଇଭ୍‌ ବ୍ୟୁରୋ

ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତଃ ରାଜୀବ ଗାନ୍ଧୀଙ୍କର ଆଜି ୭୭ତମ ଜୟନ୍ତୀ ପାଳିତ ହେଉଛି। ଏହି ଅବସରରେ ପତ୍ନୀ ସୋନିଆ ଗାନ୍ଧୀ, ଝିଅ ପ୍ରିୟଙ୍କା ଗାନ୍ଧୀ, ପୁଅ ରାହୁଲ ଗାନ୍ଧୀ ତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି। ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ ବହୁ ନେତା ମନ୍ତ୍ରୀ ଟୁଇଟ କରି ଶ୍ରଦ୍ଧାଞ୍ଜଳି ଦେଇଛନ୍ତି। ଆଜିର ଦିନକୁ ଦେଶ ସଦଭାବନା ଦିବସ ଭାବେ ପାଳନ କରୁଛି।

ରାଜୀବ ଗାନ୍ଧୀ ଦେଶର ସର୍ବକନିଷ୍ଠ ପ୍ରଧାନମନ୍ତ୍ରୀ ଥିଲେ।  ମା’ ଇନ୍ଦିରା ଗାନ୍ଧୀଙ୍କ ହତ୍ୟା ପରେ ମାତ୍ର ୪୦ ବର୍ଷ ବୟସରେ ସେ ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ନେଇଥିଲେ। ଭାରତ ପାଇଁ ଆଇଟି କ୍ଷେତ୍ରରେ ସେ ଅନେକ ବୈପ୍ଳବିକ ପଦକ୍ଷେପ ନେଇଥିଲେ।

ଅଗଷ୍ଟ ୨୦, ୧୯୪୪ରେ ଜନ୍ମିତ ରାଜୀବ ଗାନ୍ଧୀ ୧୯୮୪ ରୁ ୧୯୮୯ ଯାଏଁ ଭାରତର ପ୍ରଧାନମନ୍ତ୍ରୀ ଥିଲେ । ୧୯୯୧ ମସିହା ମେ ୨୧ ତାରିଖରେ ତାଙ୍କୁ ଏକ ଆତ୍ମଘାତୀ ବୋମା ବିସ୍ଫୋରଣ ଘଟାଇ ତାମିଲନାଡୁ ଅନ୍ତର୍ଗତ ଶ୍ରୀପେରୁମ୍ବୁଦୁରଠାରେ ହତ୍ୟା କରାଯାଇଥିଲା।

LEAVE A REPLY

Please enter your comment!
Please enter your name here