ଓଡ଼ିଶାଲାଇଭ୍ ବ୍ୟୁରୋ

ଆଜି ହେଉଛି ଭାଦ୍ରବ ମାସ କୃଷ୍ଣ ତୃତୀୟା ତିଥି। ଏହି ଅବସରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ବା ଶ୍ରୀମୁଖ ସିଂହାର ନୀତି ଅନୁଷ୍ଠିତ ହେବ। ତେଣୁ ଅପରାହ୍ନ ୪ଟାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି।

ଦ୍ୱିତୀୟ ‌ଭୋଗମଣ୍ଡପ ଭୋଗନୀତି ବାଢ଼ିବାପରେ ସମ୍ପାଦିତ ହେବାକୁ ଥିବାରୁ ଭକ୍ତମାନଙ୍କୁ ଶ୍ରୀମନ୍ଦିର ପ୍ରବେଶ ପାଇଁ ଅନୁମତି ଦିଆଯିବ ନାହିଁ। ଏହାପରେ ଗୁରୁବାରଠାରୁ ଭକ୍ତମାନେ ପୁଣିଥରେ ସ୍ଵାଭାବିକ୍ ଭାବରେ ମହାପ୍ରଭୁଙ୍କ ଦର୍ଶନ କରିପାରିବେ।କରୋନା କଟକଣା ହଟିବା ପରେ ସୋମବାରଠାରୁ ସର୍ବସାଧାରଣଙ୍କ ପାଇଁ ଖୋଲିଥିଲା ଶ୍ରୀମନ୍ଦିର। ଦୀର୍ଘ ୪ମାସର ବ୍ୟବଧାନପରେ ଭକ୍ତମାନେ ଶ୍ରୀମନ୍ଦିରକୁ ଯାଇ ମହାପ୍ରଭୁଙ୍କ ଦର୍ଶନ କରିଥିଲେ। ଶୃଙ୍ଖଳିତ ଦର୍ଶନ ପାଇଁ ବଡ଼ଦାଣ୍ଡରେ ସ୍ଵତନ୍ତ୍ର ବ୍ୟାରିକେଡର ବ୍ୟବସ୍ଥା କରାଯାଇଛି। ୯୬ ଘଣ୍ଟା ପୂର୍ବର କୋଭିଡ ଆର୍‌ଟିପିସିଆର୍ ନେଗେଟିଭ୍ ରିପୋର୍ଟ ଦେଖାଇ ଭକ୍ତମାନେ ବଡ଼ଦେଉଳକୁ ପ୍ରବେଶ କରୁଛନ୍ତି। ସଂକ୍ରମଣକୁ ଦୂରେଇବା ପାଇଁ ଭକ୍ତମାନଙ୍କ ମଧ୍ୟରେ ସାମାଜିକ ଦୂରତା ଏବଂ ମାସ୍କ ବ୍ୟବହାରକୁ ବାଧ୍ୟତାମୂଳକ କରାଯିବା ସହ ପ୍ରଶାସନ ପକ୍ଷରୁ ସାନିଟାଇଜର ବ୍ୟବସ୍ଥା କରାଯାଇଛି। ଶ୍ରୀମନ୍ଦିରକୁ ପ୍ରବେଶ ସମୟରେ ଭକ୍ତମାନଙ୍କର ଥର୍ମାଲ ସ୍କ୍ରିନିଂ ମଧ୍ୟ କରାଯାଉଛି।

Comment