ଓଡ଼ିଶାଲାଇଭ୍ ବ୍ୟୁରୋ

ପବିତ୍ର ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପାଇଁ ଶ୍ରୀମନ୍ଦିରରେ ସ୍ଵତନ୍ତ୍ର ନୀତି ଅନୁଷ୍ଠିତ ହେବ। ଶ୍ରୀକୃଷ୍ଣ ଜନ୍ମୋତ୍ସବ ନୀତି ପାଇଁ ସମସ୍ତ ବ୍ୟବସ୍ଥା ଗ୍ରହଣ କରାଯାଇଛି। ତେଣୁ ସ୍ୱତନ୍ତ୍ର ନୀତିକାନ୍ତି ଯୋଗୁଁ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ସନ୍ଧ୍ୟା ଧୂପ ନୀତି ପରେ ବିଧିବଦ୍ଧ ଭାବେ ଠାକୁରଙ୍କ ଜନ୍ମାଷ୍ଟମୀ ଉତ୍ସବ ଅନୁଷ୍ଠିତ ହେବ। ଏହି ସମୟରେ ଜୟବିଜୟ ଦ୍ୱାର ବନ୍ଦ କରାଯିବ। ଭକ୍ତମାନେ ଠାକୁରଙ୍କ ଦର୍ଶନ ପାଇପାରିବେ ନାହିଁ।

କୋଭିଡ ସଙ୍କଟ ସମ୍ପୂର୍ଣ୍ଣ ରୂପେ ଟଳି ନଥିବାରୁ ସମସ୍ତ ନୀତିକାନ୍ତି କରୋନା କଟକଣା ମଧ୍ୟରେ ପାଳନ କରାଯାଉଛି। ଏଥିପାଇଁ ପୂର୍ବରୁ ପ୍ରଶାସନ ପକ୍ଷରୁ ଗାଇଡଲାଇନ ଜାରି କରାଯାଇଥିଲା।

Comment