ଓଡ଼ିଶାଲାଇଭ୍‌ ବ୍ୟୁରୋ

ଆଜି ହେଉଛି ଗୁରୁଦିବସ। ଗୁରୁଙ୍କ ଉଦ୍ଦେଶ୍ୟରେ ସାରା ଦେଶ ପାଳୁଛି ଏହି ଦିନ। ପ୍ରତିବର୍ଷ ସେପ୍ଟେମ୍ବର ୫ ତାରିଖକୁ ଗୁରୁଦିବସ ଭାବେ ପାଳନ କରାଯାଏ। ବିଶିଷ୍ଟ ଶିକ୍ଷକ ତଥା ଭାରତର ପ୍ରଥମ ଉପରାଷ୍ଟ୍ରପତି ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଦିନକୁ ଗୁରୁଦିବସ ଭାବେ ପାଳନ କରାଯାଏ।ଶିକ୍ଷା ପ୍ରତି ଡକ୍ଟର ରାଧାକ୍ରିଷ୍ଣନଙ୍କର ଅବଦାନକୁ ମନେ ରଖିବା ପାଇଁ ତାଙ୍କ ଜନ୍ମଦିନକୁ ଗୁରୁଦିବସ ଭାବେ ପାଳନ କରାଯାଉଛି। ଗୁରୁ-ଶିଷ୍ୟ ପରମ୍ପରାର ଅପୂର୍ବ ନିଦର୍ଶନ ସ୍ୱରୂପ ଏହି ଦିବସ ପାଳିତ ହୋଇ ଆସୁଛି।ବିଭିନ୍ନ ଶିକ୍ଷାନୁଷ୍ଠାନରେ ଛାତ୍ରଛାତ୍ରୀମାନେ ଗୁରୁଙ୍କୁ ପୂଜା କରି ଏହି ଦିନକୁ ପାଳନ କରିଥାନ୍ତି। ଗୁରୁଙ୍କୁ ପୂଜା କରିବା ସହ ତାଙ୍କ ଆଶୀର୍ବାଦ ଭିକ୍ଷା କରିଥାନ୍ତି ଛାତ୍ରଛାତ୍ରୀ। ଏଥିସହ ଛାତ୍ରଛାତ୍ରୀମାନେ ଗୁରୁଙ୍କ ଉଦ୍ଦେଶ୍ୟରେ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରିଥାନ୍ତି।

ଗୁରୁବ୍ରହ୍ମା ଗୁରୁବିଷ୍ଣୁ ଗୁରୁଦେବ ମହେଶ୍ୱର

ଗୁରୁ ସାକ୍ଷାତ୍ ପରଂବ୍ରହ୍ମ.. ତସ୍ମୈ ଶ୍ରୀଗୁରବେ ନମଃ

Comment