ଓଡ଼ିଶାଲାଇଭ୍ ବ୍ୟୁରୋ

ଲଘୁଚାପ ପ୍ରଭାବରେ ରାଜ୍ୟରେ ବିଭିନ୍ନ ଅଞ୍ଚଳରେ ବର୍ଷା ଜାରି ରହିଛି। ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ଏହିଭଳି ବର୍ଷା ଲାଗି ରହିବ ବୋଲି ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ତେଣୁ ଏହି ବର୍ଷାକୁ ଦୃଷ୍ଟିରେ ରଖି ରାଜ୍ୟର ବିଭିନ୍ନ ଜିଲ୍ଲାରେ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।

ସମ୍ବଲପୁର, ଦେବଗଡ଼, ଅନୁଗୁଳ, ସୋନପୁର, ବରଗଡ଼ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେଉଥିବାରୁ ଏହିସବୁ ଜିଲ୍ଲାରେ ରେଡ ଓ୍ୱାର୍ଣ୍ଣିଂ କରାଯାଇଛି। ସେହିପରି ବଲାଙ୍ଗୀର, ଝାରସୁଗୁଡ଼ା, ସୁନ୍ଦରଗଡ଼, ବୌଦ୍ଧ, କେଉଁଝର, ଢ଼େଙ୍କାନାଳ, ଖୋର୍ଦ୍ଧା, ଜଗତସିଂପୁର, ପୁରୀ ଓ କଟକକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, କେନ୍ଦ୍ରାପଡ଼ା, ବାଲେଶ୍ଵର, ଭଦ୍ରକ, ଯାଜପୁର, ମୟୂରଭଞ୍ଜକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ଏପଟେ ରାଜ୍ୟର ଅସ୍ତରଙ୍ଗ, ପୁରୀ, ଭୁବନେଶ୍ଵର, ପାରାଦୀପରେ ସର୍ବାଧିକ ବର୍ଷା ରେକର୍ଡ କରାଯାଇଛି। ପାଣିପାଗ ବିଭାଗର ସୂଚନା ଅନୁସାରେ ପୁରୀରେ ସର୍ବାଧିକ ୩୪୧.୫ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବାବେଳେ ଅସ୍ତରଙ୍ଗରେ ୫୩୦ ମିଲିମିଟର, ଭୁବନେଶ୍ବରରେ ୧୯୫ ଓ ପାରାଦୀପରେ ୨୧୯ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।

Comment