ଓଡ଼ିଶାଲାଇଭ୍‌ ବ୍ୟୁରୋ

ରାଜ୍ୟରେ ଗତ ଦୁଇ ଦିନ ହେଲା ପ୍ରବଳ ବର୍ଷା ଲାଗି ରହିଛି। ଲଗାଣ ବର୍ଷା ଫଳରେ ଅନେକ ସ୍ଥାନରେ ଜଳବନ୍ଦୀ ଅବସ୍ଥା ଦେଖାଯାଇଛି। ଏହାକୁ ଦୃଷ୍ଟିରେ ରଖି ୧୨ଟି ଜିଲ୍ଲାରେ ୨ ଦିନ ପାଇଁ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଏନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି।

ଏହି ଜିଲ୍ଲାଗୁଡ଼ିକ ହେଲା କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଢେଙ୍କାନାଳ, କେନ୍ଦ୍ରାପଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ସୋନପୁର, ବରଗଡ଼, ଜଗତସିଂହପୁର।

ଅନ୍ୟପଟେ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ୧୨ ତାରିଖ ସକାଳ ୮ଟା ୩୦ରୁ ୧୩ ତାରିଖ ୮ଟା ୩୦ ମଧ୍ୟରେ ପୁରୀରେ ସର୍ବାଧିକ ୩୪୧ ମିଲିମିଟର , ପାରାଦୀପରେ ୨୧୯ ମିଲିମିଟର, ଭୁବନେଶ୍ୱରରେ ୧୯୫ ମିଲିମିଟର, ବାଲେଶ୍ୱରରେ ୨୪ ମିଲିମିଟର, ଚାନ୍ଦବାଲିରେ ୪୬ ମିଲିମିଟର ଓ ଗୋପାଳପୁରରେ ୬୪ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। କଟକ ଓ ଭୁବନେଶ୍ୱର ସହରବାସୀଙ୍କୁ ଆସନ୍ତା ୬ ଘଣ୍ଟା ପାଇଁ ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

Comment