ଓଡ଼ିଶାଲାଇଭ୍‌ ବ୍ୟୁରୋ

ଉପର ମୁଣ୍ଡରେ ବର୍ଷା କାରଣରୁ ହୀରାକୁଦ ଜଳଭଣ୍ଡାରକୁ ଜଳପ୍ରବେଶ ବୃଦ୍ଧି ପାଇଛି। ଜଳସ୍ତର ବୃଦ୍ଧିକୁ ଦୃଷ୍ଟିରେ ରଖି ମଙ୍ଗଳବାର ସନ୍ଧ୍ୟାରେ ହୀରକୁଦର ୬ଟି ଗେଟ୍‌ ଖୋଲିଥିଲା ବେଳେ ବୁଧବାର ଆଉ ୬ଟି ଗେଟ୍‌ ଖୋଲା ଯାଇ ମୋଟ ୧୨ଟି ଗେଟ୍‌ ଦେଇ ଜଳ ନିଷ୍କାସନ ଚାଲିଛି।

ହୀରାକୁଦ ଡ୍ୟାମର ଜଳଧାରଣ କ୍ଷମତା ୬୩୦ ଫୁଟ ରହିଥିଲା ବେଳେ ସକାଳ ୯ଟା ସୁଦ୍ଧା ହୀରାକୁଦର ଜଳସ୍ତର ୬୨୮.୧୦ ଫୁଟ୍‌ ଥିଲା।

ଗତ ୧୨ ତାରିଖରେ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟରେ ଦୁଇ ଦିନ ବର୍ଷା ଲାଗି ରହିଥିଲା। ଗତ ୨୪ ଘଣ୍ଟା ମଧ୍ୟରେ ହୀରାକୁଦ ଉପର ମୁଣ୍ଡରେ ହାରାହାରି ୪୬.୪୬ ମିଲିମିଟର ବର୍ଷା ହୋଇଥିଲା। ଫଳରେ ହୀରାକୁଦରେ ଜଳସ୍ତର ବୃଦ୍ଧି ପାଇଥିଲା।

ଅନ୍ୟପଟେ ରାଜ୍ୟରେ ବନ୍ୟା ସ୍ଥିତି ନାହିଁ। କେତେକ ତଳିଆ ଅଞ୍ଚଳ ଜଳାର୍ଣ୍ଣବ ହୋଇଛି ବୋଲି ରାଜ୍ୟ ଜଳ ସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ ଧୀରେନ ସାମଲ କହିଛନ୍ତି।

Comment