ଓଡ଼ିଶାଲାଇଭ୍‌ ବ୍ୟୁରୋ

୧୦ ଦଫା ଦାବିରେ ଓଡ଼ିଶା ଡ୍ରାଇଭର୍ ମହାସଂଘ ପକ୍ଷରୁ ରାଜଧାନୀ ଭୁବନେଶ୍ୱରରେ ଆଜି ଏକ ବିଶାଳ ରାଲିର ଆୟୋଜନ କରାଯାଇଛି। ହଜାର ହଜାର ସଂଖ୍ୟାରେ ଡ୍ରାଇଭର ନବୀନ ନିବାସ ଅଭିମୁଖେ ପଦଯାତ୍ରା କରୁଛନ୍ତି।ଏହି ଶୋଭାଯାତ୍ରାରେ ୩୦ ଜିଲ୍ଲାରୁ ଡ୍ରାଇଭରମାନେ ସାମିଲ ହୋଇଛନ୍ତି। କୋଭିଡ ଯୋଦ୍ଧାର ମାନ୍ୟତା ଦେବା ସହ ଭତ୍ତା ପ୍ରଦାନ କରିବାକୁ ଦାବି କରିଛି ସଂଘ।

ସେହିପରି ଡ୍ରାଇଭରଙ୍କ ଲାଇସେନ୍ସ ୨୫ ବର୍ଷରେ ରଦ୍ଦ ହୋଇଥିବା ନିୟମକୁ ପରିବର୍ତ୍ତନ, ଡ୍ରାଇଭରଙ୍କ ସୁରକ୍ଷା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା, ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ଡ୍ରାଇଭରଙ୍କୁ ୨୦ ଲକ୍ଷ, ଆହତ ଡ୍ରାଇଭରଙ୍କୁ ୧୦ ଲକ୍ଷ ବୀମାରାଶି ଦାବି କରିଛି ମହାସଂଘ।

Comment