ଓଡ଼ିଶାଲାଇଭ୍‌ ବ୍ୟୁରୋ

ନଭେମ୍ବର ୧୫ ତାରିଖରୁ ସ୍କୁଲ ଆସିବେ ଷଷ୍ଠ ଓ ସପ୍ତମ ଶ୍ରେଣୀ ଛାତ୍ରଛାତ୍ରୀ। ରାଜ୍ୟ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ପିଲାମାନଙ୍କୁ କୋଭିଡ କଟକଣା ଭିତରେ ପାଠ ପଢ଼ାଯିବ ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି।

ଏହାପୂର୍ବରୁ ରାଜ୍ୟରେ କେବଳ ଅଷ୍ଟମରୁ ଦଶମ ଶ୍ରେଣୀର ଛାତ୍ରଛାତ୍ରୀମାନେ ସ୍କୁଲ ଯାଇପାରୁଥିଲେ। ହେଲେ ଷଷ୍ଠ, ସପ୍ତମ ପିଲା କେବେଠାରୁ ସ୍କୁଲ ଯିବେ ସେ ନେଇ କଳ୍ପନା ଜଳ୍ପନା ଲାଗି ରହିଥିଲା। ଏବେ କୋଭିଡ ସଂକ୍ରମଣ କମିଥିବାରୁ ଷଷ୍ଠ, ସପ୍ତମ ଶ୍ରେଣୀ ପିଲାଙ୍କ ପାଇଁ ସ୍କୁଲ ଖୋଲିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି।

ଗତ ଦୁଇ ବର୍ଷ ହେଲା କରୋନା ମହାମାରୀ ପାଇଁ ସ୍କୁଲ, କଲେଜ ବନ୍ଦ ରହିଥିଲା। ଛାତ୍ରଛାତ୍ରୀମାନେ ଅନଲାଇନ୍‌ ମୋଡରେ ପାଠ ପଢ଼ୁଥିଲେ। ଗତ କିଛି ଦିନ ହେଲା ନବମ, ଦଶମ ଏବଂ ଦ୍ୱାଦଶ ଶ୍ରେଣୀର ପିଲାମାନଙ୍କ ପାଇଁ ଅଫଲାଇନ୍‌ ପାଠପଢ଼ା ଆରମ୍ଭ ହୋଇଛି। ପିଲାମାନେ ଶ୍ରେଣୀଗୃହରେ ପାଠ ପଢ଼ୁଛନ୍ତି।

Comment