ଓଡ଼ିଶାଲାଇଭ୍‌ ବ୍ୟୁରୋ

ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ ମେଡିକାଲ ସାଇନସେସ୍ ଆଣ୍ଡ ସମ୍ ହସ୍ପିଟାଲ ଶିଶୁ ରୋଗ ବିଭାଗ ପକ୍ଷରୁ ବିଶ୍ୱ ନିମୋନିଆ ଦିବସ ପାଳିତ ହୋଇଯାଇଛି।

ଶିଶୁ ମାନଙ୍କୁ କିଭଳି ନିମୋନିଆ ରୋଗରୁ ରକ୍ଷା କରାଯାଇପାରିବ, ଠିକ୍ ସମୟରେ ଟିକାକରଣ କରାଯିବ ଏବଂ ଚିକିତ୍ସା ଓ ସଚେତନତା ନେଇ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ହସ୍ପିଟାଲକୁ ଚିକିତ୍ସା ପାଇଁ ଆସିଥିବା ଶିଶୁ ମାନଙ୍କର ଅଭିଭାବକମାନଙ୍କୁ ସଚେତନ କରାଯାଇଥିଲା।

ଶିଶୁ ରୋଗ ବିଭାଗ ଅଧିନରେ ଶିକ୍ଷା ଗ୍ରହଣ କରୁଥିବା ମେଡିକାଲ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ନିମୋନିଆର ନିରାକରଣ, ନିବାରଣ ଓ ଟୀକାକରଣ ଦିଗରେ ସଚେତନତା ନେଇ ଏକ ଚିତ୍ରକଳା ପ୍ରଦର୍ଶନୀ କରାଯାଇଥିଲା।

LEAVE A REPLY

Please enter your comment!
Please enter your name here