ଓଡ଼ିଶାଲାଇଭ୍‌ ବ୍ୟୁରୋ

ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ  ଆସନ୍ତା ୪ ତାରିଖ ପାଇଁ ୪ ଜିଲ୍ଲାକୁ ରେଡ୍‌ ଆଲର୍ଟ ଜାରି କରାଯାଇଛି। ଏହି ସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କତା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ। ଏହିସବୁ ଜିଲ୍ଲାଗୁଡ଼ିକ ହେଲା ଗଞ୍ଜାମ, ଗଜପତି, ପୁରୀ, ଜଗତସିଂହପୁର।

ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଦକ୍ଷିଣ ଥାଇଲାଣ୍ଡ ଏବଂ ପାଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଲଘୁଚାପ ଗତକାଲି ସନ୍ଧ୍ୟାରେ ଆଣ୍ଡାମାନ ସାଗରରେ ପ୍ରବେଶ କରି ପରେ ତାହା କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସକ୍ରିୟ ରହିଛି। ୨୪ ଘଣ୍ଟା ମଧ୍ୟରେ ଏହା କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି। ଡିସେମ୍ବର ୪ ତାରିଖରେ ଏହା ଉତ୍ତର ଆନ୍ଧ୍ରପ୍ରଦେଶ-ଓଡ଼ିଶା ଉପକୂଳରରେ ପହଞ୍ଚିବା ସମ୍ଭାବନା ରହିଛି।

ଏହା ପ୍ରଭାବରେ ୩ ତାରିଖ ସନ୍ଧ୍ୟାରୁ ରାଜ୍ୟରେ ବର୍ଷା ଆରମ୍ଭ ହୋଇ ଯାଇପାରେ। ୩ ତାରିଖ ରାତି ସୁଦ୍ଧା ବର୍ଷାର ପରିମାଣ ବଢ଼ିବ। ୪ ଓ ୫ ତାରିଖ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ସେ କହିଛନ୍ତି।

Comment