ଓଡ଼ିଶାଲାଇଭ୍ ବ୍ୟୁରୋ

ବଙ୍ଗୋପସାଗରରେ ଏକ ନିମ୍ନଚାପ ସୃଷ୍ଟି ହେବା ଫଳରେ ବୁଧବାରଠାରୁ ରାଜ୍ୟରେ କୋହଲା ପାଗ ଲାଗି ରହିଛି। ଏହା ପ୍ରଭାବରେ ଆଗାମୀ କିଛି ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶାର ୫ଟି ଜିଲ୍ଲାର କିଛି ସ୍ଥାନରେ ଘଡ଼ଘଡ଼ି ସହ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ଉକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ଓ୍ଵାର୍ଣ୍ଣିଂ ଦିଆଯାଇଛି।

ଏହି ଜିଲ୍ଲାଗୁଡ଼ିକ ହେଲା – ଯାଜପୁର, ଢେଙ୍କାନାଳ, କଟକ, ନୟାଗଡ଼ ଏବଂ କନ୍ଧମାଳ। ଆଗାମୀ ୩ରୁ ୪ ଘଣ୍ଟା ମଧ୍ୟରେ ଏହିସବୁ ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ଵା ଦୁଇଟି ସ୍ଥାନରେ ବର୍ଷା ହୋଇପାରେ।ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରୁ ଉତ୍ତର ବଙ୍ଗୋପସାଗର ଯାଏଁ ସମୁଦ୍ର ପତ୍ତନରୁ ୦.୯ କିଲୋମିଟର ମଧ୍ୟରେ ଏକ ନିମ୍ନ-ଚାପ ରେଖା ସୃଷ୍ଟି ହୋଇଛି। ଏହା ପ୍ରଭାବରେ ଉପକୂଳ ଓଡ଼ିଶାରେ କୋହଲା ପାଗ ରହିଥିବା ବେଳେ କିଛି ସ୍ଥାନରେ ସ୍ଵଳ୍ପ ବର୍ଷା ଲାଗି ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

Comment