ଓଡ଼ିଶାଲାଇଭ୍ ବ୍ୟୁରୋ

  • ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୩
  • ୧୭ ଜଣଙ୍କ ବୟସ ୧୮ରୁ କମ୍
  • ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୩

ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ବର୍ତ୍ତମାନ ସୁଦ୍ଧା ୧୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୭୨ଟି ସଂଘରୋଧ କେନ୍ଦ୍ରରୁ ଓ ୫୧ଟି ଲୋକାଲ କେସ୍ ରହିଛି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୩ ଜଣ କରୋନା ଆକ୍ରାନ୍ତ ରହିଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୭ ଜଣ ରହିଛନ୍ତି। ଖୋର୍ଦ୍ଧା ଜିଲ୍ଲାର ଜଣେ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୫୪ ହଜାର ୪କୁ ବୃଦ୍ଧି ପାଇଛି।

କରୋନାର ନୂଆ ଭ୍ୟାରିଏଣ୍ଟ ଓମିକ୍ରନ ଏବେ ଓଡ଼ିଶା ମୁହାଁ ହୋଇଛି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୮ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ପ୍ରଥମ କରି ରାଜ୍ୟରେ ଗତ ୨୧ ତାରିଖ ଦିନ ଦୁଇଜଣ ଓମିକ୍ରନ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଥିଲା। ଏହାର ଦୁଇଦିନ ପରେ୨୩ ତାରିଖରେ ଆଉ ଦୁଇଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଉଭୟ ଆକ୍ରାନ୍ତଙ୍କ ବୟସ ୧୮ ବର୍ଷରୁ କମ୍ ରହିଛି। ଗତକାଲି ଆଉ ୪ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଓମିକ୍ରନ ଆକ୍ରାନ୍ତ ୪ଜଣ ପୂର୍ବରୁ ଆକ୍ରାନ୍ତ ହୋଇଥିବା ନାବାଳିକାଙ୍କ ସଂସ୍ପର୍ଶରେ ଆସିଥିଲେ।

Comment