ଓଡ଼ିଶାଲାଇଭ୍ ବ୍ୟୁରୋ

ନିମ୍ନଚାପ ପ୍ରଭାବରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ପାଗ ମେଘୁଆ ରହିଥିବା ବେଳେ ଆଗାମୀ ୨୪ ଘଣ୍ଟା ମଧ୍ୟରେ କିଛି ସ୍ଥାନରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି। ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ୭ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଦିଆଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଲା – କନ୍ଧମାଳ, କଳାହାଣ୍ଡି, ବଲାଙ୍ଗିର, ଗଜପତି, ଗଞ୍ଜାମ, ମାଲକାନଗିରି ଏବଂ କୋରାପୁଟ।

ଘନ କୁହୁଡ଼ି ପ୍ରଭାବରେ ଏହିସବୁ ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ଵା ଦୁଇଟି ସ୍ଥାନରେ ୨୦୦ ମିଟର ଦୂରତା ପର୍ଯ୍ୟନ୍ତ ଦୃଶ୍ୟମାନ ନ ହେବାର ଆଶଙ୍କା କରାଯାଉଛି।ସେହିପରି ନିମ୍ନଚାପ ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ଏବେ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ହେଉଥିବା ବେଳେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡ଼ା, ଝାରସୁଗୁଡ଼ା ଏବଂ ଯାଜପୁର ଆଦି ଜିଲ୍ଲାର ଗୋଟିଏ କିମ୍ଵା ଦୁଇଟି ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି।ସମୁଦ୍ର ମଧ୍ୟରୁ ଓଡ଼ିଶାକୁ ପ୍ରବେଶ କରୁଥିବା ଉଷ୍ମ ଜଳୀୟବାୟୁ ପ୍ରଭାବରେ ରାଜ୍ୟରେ ରାତି ତାପମାତ୍ରା ବୃଦ୍ଧି ଘଟିଛି। ଫଳରେ ଶୀତର ଦାଉ ପୂର୍ବ ଅପେକ୍ଷା କମିଛି। ପାଣିପାଗ ବିଭାଗର ତଥ୍ୟ ଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ ଟିଟିଲାଗଡ଼ରୁ ରାଜ୍ୟର ସର୍ବନିମ୍ନ ରାତି ତାପମାତ୍ରା ୧୪.୩ ଡିଗ୍ରୀ ରେକର୍ଡ ହୋଇଛି।

Comment