ଓଡ଼ିଶାଲାଇଭ୍ ବ୍ୟୁରୋ

ରାଜ୍ୟରେ ଶୀତର ପ୍ରକୋପ ଗତ ଦୁଇଦିନ ଧରି କମିଥିଲା। କିନ୍ତୁ ପାଣିପାଗରେ ପରିବର୍ତ୍ତନ ଆସିଛି। ଶୀତ କମି ଥିଲେ ମଧ୍ୟ ଅଧିକାଂଶ ସ୍ଥାନରେ ଘନ କୁହୁଡ଼ି ଦେଖାଦେଇଛି। ଗତ ସୋମବାର ରାଜ୍ୟର ବିଭିନ୍ନ ଜିଲ୍ଲାରେ ସ୍ଥାନେ ସ୍ଥାନେ ବର୍ଷା ହୋଇଛି। ଆସନ୍ତା ୪ଦିନ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଘନ କୁହୁଡ଼ିକୁ ଦୃଷ୍ଟିରେ ରଖି ୭ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲ୍ଲାଗୁଡିକ ହେଲା ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗିର, କୋରାପୁଟ ଏବଂ ମାଲକାନଗିରି।

ରାଜ୍ୟର ବିଭିନ୍ନ ଜିଲ୍ଲାରେ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ବାଲେଶ୍ଵର, ମୟୁରଭଞ୍ଜ, କେନ୍ଦୁଝର, ଢ଼େଙ୍କାନାଳ, ଅନୁଗୁଳ, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ଢ଼େଙ୍କାନାଳ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ଏହା ସହ ଝାରସୁଗୁଡା, ବରଗଡ଼ ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଅଧିକ ବର୍ଷା ହେବ ବୋଲି ଆକଳନ କରାଯାଇଛି। ଆସନ୍ତା ୨୯ ତାରିଖ ସୁନ୍ଦରଗଡ, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ ଓ ଦେବଗଡ଼ ଜିଲ୍ଲାରେ ଅଧିକ ବର୍ଷା ହେବା ସମ୍ଭାବନା ରହିଛି। ଆସନ୍ତା ୩୦ ତାରିଖ ବେଳକୁ ବର୍ଷା ପରିମାଣ ହ୍ରାସ ପାଇବ ବୋଲି ପାଣିପାଗ ବିଭାଗରୁ ପକ୍ଷରୁ କୁହାଯାଇଛି।

Comment