ଓଡ଼ିଶାଲାଇଭ୍ ବ୍ୟୁରୋ

ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ୨୪ ଘଣ୍ଟା ମଧ୍ୟରେ ୨୮୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲାର ସର୍ବାଧିକ ୧୧୯ ଜଣ ରହିଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୩୩ ଜଣ ରହିଛନ୍ତି। ସଂଘରୋଧ କେନ୍ଦ୍ରରୁ ୧୭୬ ଓ ୧୨୨ଟି ଲୋକାଲ କେଶ୍ ରହିଛି।

ଦିନକରେ ୨୯୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାରୁ ଏହା ଚିନ୍ତା ବଢ଼ାଇଛି। ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୫୫ ହଜାର ୧୩୨କୁ ବୃଦ୍ଧି ହୋଇଛି। ଗତ ଡିସେମ୍ବର ୩୧ ତାରିଖ ସୁଦ୍ଧା ରାଜ୍ୟରୁ ରାଜ୍ୟରେ ମୋଟ୍ ୨୨୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ସଂଘରୋଧ କେନ୍ଦ୍ରରୁ ୧୩୧ ଓ ୯୭ଟି ଲୋକାଲ କେସ୍ ଥିଲା। ୧୮ରୁ କମ୍ ବର୍ଷର ୩୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ।

Comment