ଓଡ଼ିଶାଲାଇଭ୍ ବ୍ୟୁରୋ

ଓଡ଼ିଶାରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଲାଗି ବିଗୁଲ ବାଜିଛି। ଆସନ୍ତା ଫେବ୍ରୁଆରି ୧୬ରୁ ମୋଟ୍ ୫ଟି ପର୍ଯ୍ୟାୟରେ ନିର୍ବାଚନ ହେବ ବୋଲି ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢ଼ୀ ସାମ୍ଵାଦିକ ସମ୍ମିଳନୀ କରି ଘୋଷଣା କରିଛନ୍ତି। କୋଭିଡ୍ କଟକଣା ମଧ୍ୟରେ ଏଥର ନିର୍ବାଚନ ପ୍ରକ୍ରିୟା କରାଯିବ ବୋଲି ସେ କହିଛନ୍ତି।ପଞ୍ଚାୟତ ନିର୍ବାଚନ ପାଇଁ ଆସନ୍ତା ଜାନୁଆରି ୧୩ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ। ଏହାପରେ ଜାନୁଆରି ୧୭ରୁ ୨୧ ତାରିଖ ପର୍ଯ୍ୟନ୍ତ ପ୍ରାର୍ଥୀମାନେ ନାମାଙ୍କନପତ୍ର ଦାଖଲ କରିପାରିବେ। ସେହିପରି ୨୨ ତାରିଖରେ ନାମାଙ୍କନପତ୍ର ଯାଞ୍ଚ କରାଯିବ। ଜାନୁଆରି ୨୫ ସୁଦ୍ଧା ପ୍ରାର୍ଥୀମାନେ ସେମାନଙ୍କ ନାମାଙ୍କନପତ୍ର ପ୍ରତ୍ୟାହାର କରିପାରିବେ ଏବଂ ସେହି ସମାନ ଦିନ ଚୂଡ଼ାନ୍ତ ତାଲିକା ପ୍ରକାଶ ପାଇବ।ମୋଟ୍ ୫ଟି ପର୍ଯ୍ୟାୟରେ ପଞ୍ଚାୟତ ନିର୍ବାଚନ ହେବାକୁ ଥିବା ବେଳେ ପ୍ରତି ପର୍ଯ୍ୟାୟ ମଧ୍ୟରେ ଗୋଟିଏ ଦିନ ବ୍ୟବଧାନ ରହିବ। ତେଣୁ ଫେବ୍ରୁଆରି ୧୬, ୧୮, ୨୦, ୨୨, ୨୪ ତାରିଖରେ ନିର୍ବାଚନ ହେବ। ସକାଳ ୭ଟାରୁ ଦିନ ୧ଟା ଯାଏଁ ମତଦାନ ହେବ। ଏହାପରେ ଫେବ୍ରୁଆରି ୨୬, ୨୭ ଓ ୨୮ ତାରିଖରେ ୩ଟି ପର୍ଯ୍ୟାୟରେ ଭୋଟ ଗଣତି ହୋଇ ଫଳାଫଳ ପ୍ରକାଶ ପାଇବ।

Comment