ଓଡ଼ିଶାଲାଇଭ୍ ବ୍ୟୁରୋ

  • କିଛି ଅଞ୍ଚଳରେ ପ୍ରବଳ ବର୍ଷା ସହ କୁଆପଥର ମାଡ଼
  • ୧୧ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ
  • ଘଡ଼ଘଡ଼ି ସହ ପ୍ରବଳ ବର୍ଷିବ

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ନିମ୍ନ ଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିଛି। ଆହୁରି ଦୁଇଦିନ ପର୍ଯ୍ୟନ୍ତ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ରାଜ୍ୟର ସ୍ଥାନେ ସ୍ଥାନେ କୁଆପଥର ପଡ଼ିବା ସହ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ବର୍ଷା ଜାରି ରହିବ।

ଏ ନେଇ ରାଜ୍ୟର ୧୧ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବୃଷ୍ଟିପାତ ହେବାର ସମ୍ଭାବନା ରହିଛି। କିଛି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ କୁଆପଥର ବର୍ଷା ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆଦିନିଆ ବର୍ଷର ପ୍ରଭାବ ସିଧାସଳଖ କୃଷି କ୍ଷେତ୍ର ଉପରେ ପଡ଼ିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲା ଗୁଡ଼ିକ ହେଲା ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ଅନୁଗୁଳ, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ ଏବଂ ସମ୍ବଲପୁର। ଏହା ସହ କଳାହାଣ୍ଡି, ବରଗଡ଼ ସମ୍ବଲପୁର, ଦେବଗଡ଼, ବୌଦ୍ଧ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବଲାଙ୍ଗିର ଏବଂ ସୋନପୁର ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ସୂଚନା ଦେଇଛି।

Comment