ଓଡ଼ିଶାଲାଇଭ୍ ବ୍ୟୁରୋ

ନିମ୍ନ ଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି। ଆହୁରି ଗୋଟିଏ ଦିନ ଏହି ବର୍ଷାର ପ୍ରକୋପ ଜାରି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆଶଙ୍କା କରାଯାଇଛି। ତେଣୁ ୮ଟି ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ଓ୍ଵାର୍ଣ୍ଣିଂ ଦେଇ ସତର୍କ କରାଇଛି।

ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ହେଲେ – କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ବୌଦ୍ଧ, ଗଞ୍ଜାମ, ଗଜପତି, ନୟାଗଡ଼ ଓ ଅନୁଗୁଳ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହିସବୁ ଜିଲ୍ଲାର ଗୋଟିଏ କିମ୍ଵା ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ। କିଛି ସ୍ଥାନରେ କୁଆପଥର ମାଡ଼ ହେବାର ମଧ୍ୟ ସମ୍ଭାବନା ରହିଥିବା ବିଭାଗ ଆକଳନ କରିଛି।

ଏଥିସହିତ ଆସନ୍ତା ୨୪ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ବଲାଙ୍ଗିର, ଖୋର୍ଦ୍ଧା, ପୁରୀ, କଟକ, ଢ଼େଙ୍କାନାଳ, ସୋନପୁର ଓ ସମ୍ବଲପୁର ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ମଧ୍ୟ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ଆଶଙ୍କା ରହିଛି।ସେହିପରି ଜାନୁଆରି ୧୪ରୁ ୧୫ ତାରିଖ ମଧ୍ୟରେ ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ନୟାଗଡ଼, ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, ରାୟଗଡ଼ା, କୋରାପୁଟ, ଢେଙ୍କାନାଳ ଏବଂ ମାଲକାନଗିରି ଜିଲ୍ଲାର କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏଣୁ ପାଣିପାଗ ବିଭାଗ ପକ୍ଷରୁ ଉପୋରକ୍ତ ଜିଲ୍ଲାଗୁଡ଼ିକ ପାଇଁ ମଧ୍ୟ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି।ବର୍ଷା ପ୍ରଭାବରେ ଚାଷ କାର୍ଯ୍ୟରେ ବାଧା ଉପୁଜିବା ସହ ସହରାଞ୍ଚଳର ବିଭିନ୍ନ ସ୍ଥାନରେ ବର୍ଷା ପାଣି ଜମା ବାନ୍ଧି ଟ୍ରାଫିକ ସମସ୍ୟା ଦେଖାଦେଇପାରେ।

LEAVE A REPLY

Please enter your comment!
Please enter your name here