ଓଡ଼ିଶାଲାଇଭ୍ ବ୍ୟୁରୋ

ନିମ୍ନ ଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଏବେ ଅଦିନିଆ ବର୍ଷା ଲାଗି ରହିଥିବା ବେଳେ ଆଗକୁ ମଧ୍ୟ ବର୍ଷା ପ୍ରକୋପ ଜାରି ରହିବ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ପକ୍ଷରୁ ୨୧ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି।

ୟେଲୋ ଓ୍ଵାର୍ଣ୍ଣିଂ ଦିଆଯାଇଥିବା ଜିଲ୍ଲାଗୁଡ଼ିକ ହେଲା – ବରଗଡ଼, ଝାରସୁଗୁଡ଼ା, ସମ୍ଵଲପୁର, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହିସବୁ ଜିଲ୍ଲାର ଗୋଟିଏ କିମ୍ଵା ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ।ଜାନୁଆରି ୧୬ ତାରିଖରୁ ପାଗରେ ପରିବର୍ତ୍ତନ ଆସିବ। ୧୭ ତାରିଖ ବେଳକୁ ରାଜ୍ୟରେ ପୁଣି ଶୀତ ପ୍ରବାହ ବଢ଼ିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।

Comment