ଓଡ଼ିଶାଲାଇଭ୍ ବ୍ୟୁରୋ

କିଛି ଦିନର ପ୍ରବଳ ଶୀତ ପରେ ଏବେ ପୁଣି ରାଜ୍ୟରେ ବର୍ଷା ହେବାର ଆଶଙ୍କା ଦେଖାଦେଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପାଣିପାଗ ବିଭାଗ ଆକଳନ କରିଛି।

ଏଥିଲାଗି ବିଭାଗ ପକ୍ଷରୁ ୬ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଦିଆଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଲା – ମୟୂରଭଞ୍ଜ, ବାଲେଶ୍ଵର, କେନ୍ଦୁଝର, ଯାଜପୁର, ଭଦ୍ରକ ଓ କେନ୍ଦ୍ରାପଡ଼ା। ଆସନ୍ତା କାଲି ସକାଳ ମଧ୍ୟରେ ଏହି ସବୁ ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ଵା ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।ସେହିପରି ଆସନ୍ତା କାଲି କଟକ, ଖୋର୍ଦ୍ଧା, ଜଗତସିଂହପୁର, ପୁରୀ, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାର କିଛି ସ୍ଥାନରେ ମଧ୍ୟ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଜାନୁଆରି ୨୩ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବ ବୋଲି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନକେନ୍ଦ୍ର ପକ୍ଷରୁ କୁହାଯାଇଛି।

LEAVE A REPLY

Please enter your comment!
Please enter your name here