ଓଡ଼ିଶାଲାଇଭ୍ ବ୍ୟୁରୋ

ରାଜ୍ୟରେ ଏବେ ଶୀତ ଦାଉରୁ ସାମାନ୍ୟ ଆଶ୍ଵସ୍ତି ମିଳିଥିବା ବେଳେ ବର୍ଷାକୁ ନେଇ ଆଶଙ୍କା ପ୍ରକାଶ ପାଇଛି। ପଶ୍ଚିମା ଝଡ଼ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବା ନେଇ ପାଣିପାଗ ବିଭାଗ ଆକଳନ କରିଛି। ବିଜୁଳି ଘଡ଼ଘଡ଼ିକୁ ଦୃଷ୍ଟିରେ ରଖି ୮ ଜିଲ୍ଲାକୁ ବିଭାଗ ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ୟେଲୋ ଓ୍ଵାର୍ଣ୍ଣିଂ ଦିଆଯାଇଥିବା ଜିଲ୍ଲାଗୁଡ଼ିକ ହେଲା – ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ଵର, ଭଦ୍ରକ, କଟକ, ଯାଜପୁର, କେନ୍ଦ୍ରାପଡ଼ା ଏବଂ ଜଗତସିଂହପୁର। ଶନିବାର ସକାଳ ମଧ୍ୟରେ ଏହି ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ଵା ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ସ୍ଵଳ୍ପୁରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।ସେହିପରି ଆସନ୍ତା କାଲି ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାର କିଛି ସ୍ଥାନରେ ମଧ୍ୟ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଜାନୁଆରି ୨୩ ତାରିଖ ପର୍ଯ୍ୟନ୍ତ ରାଜ୍ୟର ସ୍ଥାନେ ସ୍ଥାନେ ବର୍ଷା ହେବ ବୋଲି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନକେନ୍ଦ୍ର ପକ୍ଷରୁ କୁହାଯାଇଛି।

Comment