ଓଡ଼ିଶାଲାଇଭ୍ ବ୍ୟୁରୋ

ଆସନ୍ତା ଶୁକ୍ରବାରଠାରୁ ରାଜ୍ୟରେ ଶୀତର ପ୍ରକୋପ ବଢ଼ିବା ସହ ବିଭିନ୍ନ ସ୍ଥାନରେ ଘନ କୁହୁଡ଼ିର ସମ୍ଭାବନା ରହିଛି। ଘନକୁହୁଡ଼ି ନେଇ ୬ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ର। ଉତ୍ତର-ପଶ୍ଚିମ ଦିଗରୁ ଶୁଷ୍କ ଥଣ୍ଡା ବାୟୁ ପ୍ରବାହିତ ହେଉଥିବାରୁ ଆସନ୍ତା ତିନିଦିନ ପର୍ଯ୍ୟନ୍ତ ଶୀତ ବଢ଼ିବାର ସମ୍ଭାବନା ରହିଛି।

ଆଗାମୀ ୨୮, ୨୯ ଓ ୩୦ ତାରିଖ ରାତି ତାପମାତ୍ରା ୩ରୁ ୫ ଡିଗ୍ରୀ ତଳକୁ ଖସିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଶୀତ ବଢ଼ିବାର ସମ୍ଭାବନା ରହିଛି। କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସୋନପୁର ଓ ବଲାଙ୍ଗିର ଜିଲ୍ଲାରେ ଶୀତ ବଢ଼ିବ ବୋଲି ଅନୁମାନ କରାଯାଇଛି।

ଘନ କୁହୁଡ଼ି ସମ୍ଭାବନା ଥିବାରୁ ଗଞ୍ଜାମ, ଗଜପତି ଜଗତସିଂହପୁର, କଟକ, ନୟାଗଡ଼ ଓ କନ୍ଧମାଳ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ରାତ୍ରି ତାପମାତ୍ରା ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ଖସିପାରେ। ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ଶୀତର ପ୍ରଭାବ ରହିବ। ରାଜ୍ୟର କିଛି ଜିଲ୍ଲାରେ ପାଗ ମେଘୁଆ ରହିବାର ସମ୍ଭାବନା ରହିଛି। ସ୍ଥାନେ ସ୍ଥାନେ ବର୍ଷା ହେବାର ସମ୍ଭାବନା ରହିଛି।

Comment