ଓଡ଼ିଶାଲାଇଭ୍ ବ୍ୟୁରୋ

ପଶ୍ଚିମା ଝଡ଼ ତଥା ବଙ୍ଗୋପସାଗରରୁ ରାଜ୍ୟ ମଧ୍ୟକୁ ପ୍ରବେଶ କରୁଥିବା ଉଷ୍ଣ ଜଳୀୟ ବାଷ୍ପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଗୁରୁବାରଠାରୁ ରାଜ୍ୟର କେତେକ ଜିଲ୍ଲାରେ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ଆକଳନ କରାଯାଇଛି। ବର୍ଷା ନେଇ ୭ ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଗୁରୁବାର ପାଗ କୋହଲା ରହିବା ସହ ଥଣ୍ଡା ପବନ ବହିବ। ଏହା ସହ କେତେକ ଜିଲ୍ଲାରେ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଥିବା ୭ ଜିଲ୍ଲାଗୁଡ଼ିକ ହେଲା ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, ମୟୁରଭଞ୍ଜ ଏବଂ କେନ୍ଦୁଝର। ଏହି ଜିଲ୍ଲାଗୁଡ଼ିକର କିଛି ସ୍ଥାନରେ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଆସନ୍ତା ୪ ତାରିଖ ପାଇଁ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝରମୟୂରଭଞ୍ଜ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ଶୁକ୍ରବାର ଏକା ଧିକ ଜିଲ୍ଲାରେ ବର୍ଷା ହେବା ନେଇ ଆକଳନ କରାଯାଇଛି। ଉତ୍ତର ଓଡ଼ିଶାର ୧୩ଟି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ୯ଟି ଜିଲ୍ଲାରେ କୁଆ ପଥର ବର୍ଷିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି।

Comment