ଓଡ଼ିଶାଲାଇଭ୍ ବ୍ୟୁରୋ

ପଶ୍ଚିମା ଝଡ଼ ଏବଂ ବଙ୍ଗୋପସାଗରରୁ ରାଜ୍ୟ ମଧ୍ୟକୁ ପ୍ରବେଶ କରୁଥିବା ଉଷ୍ମ ଜଳୀୟବାଷ୍ପ ପ୍ରଭାବରେ ଆଗାମୀ ଦୁଇଦିନ ରାଜ୍ୟର କେତେକ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଶୁକ୍ରବାର ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷ ସମ୍ଭାବନା ରହିଛି। କେତେକ ସ୍ଥାନରେ କୁଆପଥର ବର୍ଷିବାର ସମ୍ଭାବନା ରହିଛି।

ବର୍ଷା ନେଇ ୧୪ଟି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଲା ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ଯାଜପୁର, କେନ୍ଦୁଝର ଓ ମୟୂରଭଞ୍ଜ। ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲ୍ଲାରେ ମଧ୍ୟ ବର୍ଷାର ପ୍ରଭାବ ରହିବ। କିଛି ସ୍ଥାନରେ କୁଆପଥର ବର୍ଷା ହେବାର ସମ୍ଭାବନା ରହିଛି ।

Comment