ଓଡ଼ିଶାଲାଇଭ୍ ବ୍ୟୁରୋ
ଦେଶରେ କୋଭିଡ ସଂକ୍ରମଣ ହାର ହ୍ରାସ ପାଉଥିବାବେଳେ ମୃତକଙ୍କ ସଂଖ୍ୟା ବଢ଼ିଚାଲିଛି। ୨୪ ଘଣ୍ଟା ମଧ୍ୟରେ ଦେଶରେ ୧,୭୨,୪୩୩ ନୂଆ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଦିନକରେ ୧,୦୫୯ ଜଣ କୋଭିଡ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଦେଶରେ ମୋଟ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ୪,୧୮,୦୩,୩୧୮ରେ ପହଞ୍ଚିଛି। ମୋଟ କୋଭିଡ ଜନିତ ମୃତ୍ୟୁ ସଂଖ୍ୟା ୫,୦୧,୧୧୪ରେ ପହଞ୍ଚିଛି। ମୋଟ ୨,୫୯,୧୦୭ ଜଣ କୋଭିଡ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।
ଏ ପର୍ଯ୍ୟନ୍ତ ଦେଶରେ ସକ୍ରିୟ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୧,୬୪୮ରେ ପହଞ୍ଚିଛି। କୋଭିଡ ମୁକାବିଲା ପାଇଁ ବର୍ତ୍ତମାନ ଟିକାକୁ ଗୁରୁତ୍ଵ ଦିଆଯାଉଛି। ଗତ ୪ ତାରିଖ ସନ୍ଧ୍ୟା ସୁଦ୍ଧା ଦେଶରେ ମୋଟ ୧,୬୮,୯୮,୧୭,୧୯୯ ଜଣଙ୍କୁ ଟିକା ଦିଆଯାଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି।