ଓଡ଼ିଶାଲାଇଭ୍ ବ୍ୟୁରୋ

ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆଗାମୀ ତିନି ଦିନ ବର୍ଷା ହେବା ସହ କୁହୁଡ଼ି ଦୃଶ୍ୟମାନ ହେବାର ସମ୍ଭାବନା ରହିଛି। ରାତି ତାପମାତ୍ରା ୩ରୁ ୫ ଡିଗ୍ରୀ ବଢ଼ିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, କନ୍ଧମାଳ, ଗଞ୍ଜାମ, ପୁରୀ, ନୟାଗଡ଼, ଖୋର୍ଦ୍ଧା, କଟକ, ଢେଙ୍କାନାଳ, ଅନୁଗୁଳ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ ଏବଂ ବାଲେଶ୍ୱରରେ ଘନ କୁହୁଡ଼ିର ସମ୍ଭାବନା ରହିଛି । ଏଣୁ ଏସବୁ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆସନ୍ତା ୮ ତାରିଖଠାରୁ ଆଉ ଏକ ପଶ୍ଚିମା ଝଡ଼ ଭାରତର ଉତ୍ତର-ପଶ୍ଚିମ ଭାଗକୁ ପ୍ରଭାବିତ କରିବାର ସମ୍ଭାବନା ରହିଛି। ଫଳରେ ଫ୍ରେବ୍ରୁଆରି ୯ ତାରିଖ ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର ଏବଂ ଦେବଗଡ଼ ଜିଲ୍ଲାର କେତେକ ଅଞ୍ଚଳରେ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୧୦ ତାରିଖ ଉତ୍ତର ଓଡ଼ିଶାରେ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

Comment