ଓଡ଼ିଶାଲାଇଭ୍ ବ୍ୟୁରୋ

ବର୍ତ୍ତମାନ ସକ୍ରିୟ ରହିଥିବା ପଶ୍ଚିମା ଝଡ଼ ପ୍ରଭାବରେ ଆସନ୍ତା ଫେବ୍ରୁଆରି ୯ ଓ ୧୦ ତାରିଖରେ ରାଜ୍ୟ ବିଭିନ୍ନ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷ କରି ପଶ୍ଚିମ ଓ ଉତ୍ତର ଓଡ଼ିଶାରେ ମଧ୍ୟମ ଧରଣର ବର୍ଷା, ବଜ୍ରପାତ ଓ କୁଆପଥର ବୃଷ୍ଟି ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। କନ୍ଧମାଳ, ବୌଦ୍ଧ, ସୋନପୁର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଖୋର୍ଦ୍ଧା, ନୟାଗଡ଼, ପୁରୀ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, ଭଦ୍ରକ, ବାଲେଶ୍ୱର ଜିଲ୍ଲାରେ ୯ ଓ ୧୦ ତାରିଖରେ ବର୍ଷା ହେବାର ସମ୍ଭାବନା ରହିଛି।

ଗତ ୨୪ ଘଣ୍ଟାରେ ଅନେକ ସ୍ଥାନରେ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ହୋଇଛି। ମାଲକାନଗିରି ଏବଂ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ମଧ୍ୟମ ଧରଣର କୁହୁଡ଼ି ଦେଖିବାକୁ ମିଳିଛି। ବର୍ଷା ପରେ ପୁଣି ତାପମାତ୍ରା କମିବା ଆଶଙ୍କା ରହିଥିବା ବିଭାଗ ପକ୍ଷରୁ କୁହାଯାଇଛି। ୨୪ ଘଣ୍ଟାରେ ଫୁଲବାଣୀରେ ସର୍ବନିମ୍ନ ରାତ୍ରି ତାପମାତ୍ରା ୭.୫ ଡିଗ୍ରୀ ରେକର୍ଡ ହୋଇଥିଲା। ଦାରିଙ୍ଗବାଡ଼ିରେ ୯.୫ ଡିଗ୍ରୀ, ଜି ଉଦୟଗିରିରେ ୮.୦ ଡିଗ୍ରୀ ଏବଂ ଭୁବନେଶ୍ୱର ସହରରେ ତାପମାତ୍ରା ୪.୦ ଡିଗ୍ରୀ ରହିଛି।

Comment