ଓଡ଼ିଶାଲାଇଭ୍ ବ୍ୟୁରୋ

ଆଉ ୫ ଜଣ ସରକାରୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ରାଜ୍ୟ ସରକାର। ଦୁର୍ନୀତି ଓ ଅପାରଗତା ଅଭିଯୋଗ ପରେ ରାଜ୍ୟ ସରକାର ଏହିଭଳି କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ବାଧ୍ୟତାମୂଳକ ଅବସର ଦିଆଯାଇଥିବା ସରକାରୀ ଅଧିକାରୀମାନେ ହେଲେ ବାରିପଦା ଆସିଷ୍ଟାଣ୍ଟ ଇଂଜିନିୟର ସନ୍ତୋଷ କୁମାର ଦାସ, ଜଗତସିଂହପୁର ବାଲିକୁଦା ସିଡିପିଓ ସରଳା ଦେଇ, ବାଲିକୁଦା ଅଙ୍ଗନବାଡି ସୁପରଭାଇଜର ପ୍ରତିମା ସାହୁ, ଅନୁଗୁଳ ପୋଲିସ ଟ୍ରେନିଂ କଲେଜର ପୋଲିସ ଇନ୍ସପେକ୍ଟର ରାମଚନ୍ଦ୍ର ବେହେରା ଓ କେନ୍ଦୁଝର ସଦର ତହସିଲ କାର୍ୟ୍ୟାଳୟର ରାଜସ୍ୱ ସୁପର ଭାଇଜର ହୃଦାନନ୍ଦ ସାହୁ ।

ଦୁର୍ନୀତି ଓ ଅପାରଗତା ପାଇଁ ସରକାରୀ ଅଧିକାରୀଙ୍କ ବିରୋଧରେ ରାଜ୍ୟ ସରକାର କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଆସୁଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟର ମୋଟ ୧୪୬ ଜଣ ସରକାରୀ ଅଧିକାରୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ସେମାନଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇସାରିଛି।

Comment