ଓଡ଼ିଶାଲାଇଭ୍ ବ୍ୟୁରୋ

ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଆଉ ୨୦ ଜଣଙ୍କର କୋଭିଡରେ ମୃତ୍ୟୁ ହୋଇଛନ୍ତି। କୋଭିଡ ମୃତ୍ୟୁ ସଂଖ୍ୟା ୮,୮୩୮କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଯାଜପୁର ଜିଲ୍ଲାର ସର୍ବାଧିକ ୪ ଜଣ ରହିଛନ୍ତି। ୧୦ ତାରିଖ ରିପୋର୍ଟ ଅନୁସାରେ ୨୨ ଜଣଙ୍କର କୋଭିଡରେ ମୃତ୍ୟୁ ହୋଇଥିଲା।

ଗତ ୨୪ ଘଣ୍ଟା ମଧ୍ୟରେ ୧,୫୭୨ ଜଣ ନୂଆ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୩୦୯ ଜଣ ରହିଛନ୍ତି। ସଂଗରୋଧ କେନ୍ଦ୍ରରୁ ୯୧୮ ଜଣ ଓ ଲୋକାଲ କଣ୍ଟାକ୍ଟ ୬୫୪ଟି ରହିଛି। ରାଜ୍ୟରେ ମୋଟ ୧୪,୨୫୩ଟି କୋଭିଡର ସକ୍ରିୟ ମାମଲା ରହିଛି। ଗତକାଲି ମୋଟ ୧,୭୧୨ ଜଣ ନୂଆ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ।

ଖୋର୍ଦ୍ଧା ଜିଲ୍ଲାର ସର୍ବାଧିକ ୨୩୩ ଜଣ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କଟକରୁ ୧୬୧ ଜଣ ଚିହ୍ନଟ ହୋଇଥିବାବେଳେ ସୁନ୍ଦରଗଡ଼ରୁ ୧୧୩ ଜଣ ନୂଆ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇନ୍ତି। ଅନ୍ୟ ସମସ୍ତ ଜିଲ୍ଲାରେ ସଂକ୍ରମଣ ସଂଖ୍ୟା ୧୦୦ ତଳେ ରହିଛି। ଆକ୍ରାନ୍ତଙ୍କ ସଂଖ୍ୟା ୧୨,୭୪,୫୭୫କୁ ବୃଦ୍ଧି ପାଇଛି। ମୋଟ ୧୨,୫୧୪୩୧ ଜଣ କୋଭିଡ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

Comment