ଓଡ଼ିଶାଲାଇଭ୍ ବ୍ୟୁରୋ

ରାଜ୍ୟରେ ଧୀରେ ଧୀରେ କୋଭିଡ ସଂକ୍ରମଣ ହାର କମିବାକୁ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୯୨୫ ଜଣ ନୂଆ କୋଭିଡ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ୧୮ରୁ କମ୍ ବୟସର ୨୦୩ ଜଣ ରହିଛନ୍ତି। ପଜିଟିଭଙ୍କ ମଧ୍ୟରେ ୫୪୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଓ ସ୍ଥାନୀୟ ସଂକ୍ରମଣ ୩୮୩ ଜଣ ରହିଛନ୍ତି।

ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୫୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୪ ଘଣ୍ଟା ମଧ୍ୟରେ ଅନୁଗୁଳର ୪୪ ଜଣ, ବାଲେଶ୍ୱରର ୨୨ ଜଣ, ବରଗଡ଼ରୁ ୧୩ ଜଣ, ଭଦ୍ରକରୁ ୧୬ ଜଣ, ବଲାଙ୍ଗିରର ୨ ଜଣ, ବୌଦ୍ଧର ୨୩, କଟକର ରୁ ୫୨ ଜଣ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଦେବଗଡ଼ରୁ ୧୭ ଜଣ, ଢେଙ୍କାନାଳରୁ ୧୫ ଜଣ, ଗଜପତିରୁ ୩୮, ଗଞ୍ଜାମରୁ ୨୬ ଜଣ, ଜଗତସିଂହପୁରରୁ ୫୦ ଜଣ, ଯାଜପୁରରୁ ୪୭ ଜଣ ଓ ଝାରସୁଗୁଡ଼ାରୁ ୨୪ ଜଣ ରହିଛନ୍ତି।

ଅନ୍ୟ ଆକ୍ରାନ୍ତଙ୍କ ମଧ୍ୟରେ କଳାହାଣ୍ଡିରୁ ୧୦ ଜଣ, କନ୍ଧମାଳରୁ ୫ ଜଣ, କେନ୍ଦ୍ରାପଡ଼ାରୁ ୩୪ ଜଣ, କେନ୍ଦୁଝରରୁ ୨୦ ଜଣ, କୋରାପୁଟରୁ ୪୬ ଜଣ, ମାଲକାନଗିରିରୁ ୬ ଜଣ, ମୟୁରଭଞ୍ଜରୁ ୩୧ ଜଣ, ନବରଙ୍ଗପୁରରୁ ୬ ଜଣ, ନୟାଗଡ଼ରୁ ୨୧ ଜଣ, ନୂଆପଡ଼ାରୁ ୮ ଜଣ, ପୁରୀରୁ ୧୩ ଜଣ, ରାୟଗଡ଼ାରୁ ୧୮ ଜଣ, ସମ୍ୱଲପୁରରୁ ୨୯ ଜଣ, ସୋନପୁରରୁ ୧୮, ସୁନ୍ଦରଗଡ଼ରୁ ୮୮ ଜଣ ଓ ଷ୍ଟେଟ ପୁଲରୁ ୨୪ ଜଣ କୋଭିଡ ପଜିଟିଭ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ୧୨, ୭୯, ୦୪୬ରେ ପହଞ୍ଚିଛି। ରାଜ୍ୟରେ ମୋଟ ୧୦, ୨୭୧ ସକ୍ରିୟ ମାମଲା ରହିଥିବାବେଳେ ୧୨, ୫୯, ୭୯୬ ଜଣ ସୁସ୍ଥ ହୋଇଛନ୍ତି।

Comment