ଓଡ଼ିଶାଲାଇଭ୍ ବ୍ୟୁରୋ

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୩୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୯୯ ଜଣ ସଂଗରୋଧ କେନ୍ଦ୍ରରୁ ଓ ୧୪୦ ଜଣ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ୧୮ ବର୍ଷରୁ କମ୍ ବୟସର ୬୯ ଜଣ ରହିଛନ୍ତି। ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୮୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୧୪ ଜଣ, ବାଲେଶ୍ୱରରୁ ୧୪ ଜଣ, ବରଗଡ଼ରୁ ୫ ଜଣ, ଭଦ୍ରକରୁ ୪ ଜଣ, ବଲାଙ୍ଗିରରୁ ୩ ଜଣ, ବୌଦ୍ଧ ଜିଲ୍ଲାରୁ ୨ ଜଣ, କଟକରୁ ୧୭ ଜଣ, ଦେବଗଡ଼ରୁ ୪ ଜଣ, ଢେଙ୍କାନାଳରୁ ୨ ଜଣ, ଗଜପତିରୁ ୨୫, ଗଞ୍ଜାମରୁ ୧୪ ଜଣ, ଯାଜପୁରରୁ ୧୪ ଜଣ ଓ ଝାରସୁଗୁଡ଼ାରୁ ୧୨ ଜଣ କୋଭିଡ ପଜିଟିଭ ଚିହ୍ନଟ ହୋଇଛନ୍ତି।

ଏହା ସହ କଳାହାଣ୍ଡିରୁ ୪ ଜଣ, କନ୍ଧମାଳରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୫ ଜଣ, ଖୋର୍ଦ୍ଧାରୁ ୩୬ ଜଣ ଏବଂ କୋରାପୁଟରୁ ୧୬ ଜଣ କୋଭିଡ ପଜିଟିଭ ଚିହ୍ନଟ ହୋଇଥିବାବେଳେ ମୟୁରଭଞ୍ଜରୁ ୧୯ ଜଣ, ନବରଙ୍ଗପୁରରୁ ୩ ଜଣ, ନୟାଗଡ଼ରୁ ୪ ଜଣ, ନୂଆପଡ଼ାରୁ, ପୁରୀ ଏବଂ ମାଲକାନଗିରିରୁ ଜଣେ ଲେଖାଏଁ କୋଭିଡ ପଜିଟିଭ ଚିହ୍ନଟ ହୋଇଛନ୍ତି।

ସେହିପରି ରାୟଗଡ଼ାରୁ ୬ ଜଣ, ସମ୍ୱଲପୁରରୁ ୧୪ ଜଣ, ସୋନପୁରରୁ ୮ ଜଣ, ସୁନ୍ଦରଗଡ଼ରୁ ୮୦ ଜଣ ଓ ଷ୍ଟେଟ ପୁଲରୁ ୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୨,୮୩,୯୭୮ ଜଣ ପଜିଟିଭ ରହିଛନ୍ତି। ମୋଟ ୧୨, ୭୧,୦୧୮ ଜଣ ସୁସ୍ଥ ହୋଇଛନ୍ତି। ରାଜ୍ୟରେ ବର୍ତ୍ତମାନ ୩,୮୬୨ଟି କୋଭିଡର ସକ୍ରିୟ ମାମଲା ରହିଛି।

LEAVE A REPLY

Please enter your comment!
Please enter your name here