ଓଡ଼ିଶାଲାଇଭ୍ ବ୍ୟୁରୋ

ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ଵାଳଙ୍କର ଶୁକ୍ରବାର ସନ୍ଧ୍ୟାରେ ଦେହାନ୍ତ ହୋଇଛି। ୮୩ ବର୍ଷ ବୟସରେ ଭୁବନେଶ୍ଵରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ବିୟୋଗ ହୋଇଛି। ତାଙ୍କ ମୃତ୍ୟୁ ସମ୍ପର୍କରେ ତାଙ୍କ ଝିଅ ସୂଚନା ଦେଇଛନ୍ତି। ତାଙ୍କ ମୃତ୍ୟୁରେ ବିଭିନ୍ନ ମହଲରେ ଶୋକ ପ୍ରକାଶ ପାଇଛି। ସେ କଂଗ୍ରେସ ଦଳର ଜଣେ ଟାଣୁଆ ନେତା ଥିଲେ। ତାଙ୍କର ରାଜନୀତି ଦକ୍ଷତା ଯୋଗୁଁ ଦୁଇ ଦୁଇ ଥର ସେ ମୁଖ୍ୟମନ୍ତ୍ରୀ ଦାୟିତ୍ଵ ତୁଲାଇ ଥିଲେ।

ହେମାନନ୍ଦ ବିଶ୍ଵାଳ ୬ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିବାବେଳେ ଦୁଇଥର ଓଡ଼ିଶାର ମୁଖ୍ୟମନ୍ତ୍ରୀ ଦାୟିତ୍ଵ ତୁଲାଇଛନ୍ତି। ସେ ୧୯୬୪ ମସିହାରେ ପ୍ରଥମ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ସେ ୧୯୮୯ ଡିସେମ୍ବର ୭ରୁ ୧୯୯୦ ମାର୍ଚ୍ଚ ୫ ତାରିଖ ପ୍ରଥମ ଥର ମୁଖ୍ୟମନ୍ତ୍ରୀ ହୋଇଥିଲେ। ୧୯୯୯ ଡିସେମ୍ବର ୬ରୁ ୨୦୦୦ ମାର୍ଚ୍ଚ ୫ ପର୍ଯ୍ୟନ୍ତ ଦ୍ଵିତୀୟ ଥର ମୁଖ୍ୟମନ୍ତ୍ରୀ ଦାୟିତ୍ଵ ନିର୍ବାହ କରିଥିଲେ। ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକ ପ୍ରକାଶ ପାଇଛି।

Comment