ଓଡ଼ିଶାଲାଇଭ୍ ବ୍ୟୁରୋ

ଚଳିତ ବର୍ଷ ଗରମରେ ଆଉଟୁପାଉଟୁ ହେବେ ଓଡ଼ିଶାବାସୀ। ରାଜ୍ୟରେ ଧୀରେ ଧୀରେ ବଢ଼ିବାରେ ଲାଗିଛି ତାପମାତ୍ରା। ଆଗକୁ ଆହୁରି ବଢ଼ିବାର ସମ୍ଭାବନା ମଧ୍ୟ ରହିଛି। ଆସନ୍ତା ୧୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର କିଛି ଜିଲ୍ଲାରେ ତାପମାତ୍ରା ବଢ଼ିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। କିଛି ସ୍ଥାନରେ ଦିନ ତାପମାତ୍ରା ସ୍ୱାଭାବିକ ଠାରୁ ଅଧିକ ରହିବ। ପଶ୍ଚିମ-ଉତ୍ତର ଦିଗରୁ ଶୁଷ୍କ ଏବଂ ଉତପ୍ତ ବାୟୁ ପ୍ରବାହ ଯୋଗୁଁ ତାତି ବଢ଼ିବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି।

ରାଜ୍ୟରେ କିଛି ଜିଲ୍ଲାରେ ତାପମାତ୍ରା ବଢ଼ିବା ସହ ଦିନ ତାପମାତ୍ରାରେ ମଧ୍ୟ ବୃଦ୍ଧି ହେବ। କିଛି ସ୍ଥାନରେ ଦିନ ତାପମାତ୍ରା ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବାର ସମ୍ଭାବନା ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ୧୩ଟି ସ୍ଥାନରେ ତାପମାତ୍ରା ୩୮ ଡିଗ୍ରୀ ଉପରେ ରେକର୍ଡ କରାଯାଇଛି।

ଗତ ୧୫ ତାରିଖ ରାଜ୍ୟରେ ସବୁଠୁ ଉତ୍ତପ୍ତ ସହର ଥିଲା ଅନୁଗୁଳ। ସେଠାରେ ତାପମାତ୍ରା ୩୯.୭ ରେକର୍ଡ କରାଯାଇଥିଲା। ଏହା ସହ ବୌଦ୍ଧ ଓ ଟିଟିଲାଗଡ଼ରେ ତାପମାତ୍ରା ୩୯ ଡିଗ୍ରୀ, ବାରିପଦା ଓ ସୋନପୁରରେ ତାପମାତ୍ରା ୩୯ ଡିଗ୍ରୀ ଉପରେ ରହିଥିଲା। ସେହିପରି ୧୨ଟି ସହରରେ ତାପମାତ୍ରା ୩୮ ଡିଗ୍ରୀରୁ ଅଧିକ ରହିଥିବା ରେକର୍ଡ ହୋଇଛି। ଭୁବନେଶ୍ୱରରେ ୩୮.୧ ଏବଂ କଟକରେ ୩୮ ଡିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ କରାଯାଇଥିବା ସୂଚନା ମିଳିଛି। ତାପମାତ୍ରା ବୃଦ୍ଧି ନେଇ ୮ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

Tag: #Summer #Weather #HeatWave #HeatWaveInOdisha #Temperature #MetrologyDepartmentBhubaneswar

Comment