ଓଡ଼ିଶାଲାଇଭ୍ ବ୍ୟୁରୋ

ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ୫ ଜଣ ବିଶିଷ୍ଟ ଓଡ଼ିଆଙ୍କୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ମର୍ଯ୍ୟାଦାଜନକ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରିଛନ୍ତି। ବିଶିଷ୍ଟ କଣ୍ଠଶିଳ୍ପୀ ଡକ୍ଟର ଶ୍ୟାମାମଣି ଦେବୀ, ସମାଜ ସଂସ୍କାରକ ତଥା ପ୍ରବଚକ ଶ୍ରୀମଦ୍ ବାବା ବଳିଆ, ପ୍ରଫେସର ଡକ୍ଟର ଆଦିତ୍ୟ ପ୍ରସାଦ ଦାଶ, ନରସିଂହ ପ୍ରସାଦ ଗୁରୁ ସୋମବାର ସନ୍ଧ୍ୟାରେ ରାଷ୍ଟ୍ରପତି ଭବନର ଦରବାର ହଲଠାରେ ଆୟୋଜିତ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କଠାରୁ ପଦ୍ମଶ୍ରୀ ପୁରସ୍କାର ଗ୍ରହଣ କରିଛନ୍ତି।

ଏହା ସହ ବରିଷ୍ଠ ଆଇଏଏସ୍ ଅଧିକାରୀ ସ୍ଵର୍ଗତ ଗୁରୁ ପ୍ରସାଦ ମହାପାତ୍ରଙ୍କୁ ମରଣୋତ୍ତର ପଦ୍ମଶ୍ରୀ ସମ୍ମାନ ପ୍ରଦାନ କରାଯାଇଥିଲା। ତାଙ୍କ ପତ୍ନୀ ଅଞ୍ଜଳି ମହାପାତ୍ର ରାଷ୍ଟ୍ରପତିଙ୍କଠାରୁ ଏହି ସମ୍ମାନ ଗ୍ରହଣ କରିଥିଲେ। ଏହି ଅବସରରେ ମୋଟ ୬୪ ଜଣଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯାଇଥିଲା। ଉତ୍ସବରେ ଉପରାଷ୍ଟ୍ରପତି ଏମ ଭେଙ୍କିଆ ନାଇଡୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ର ସ୍ଵରାଷ୍ଟ୍ର ବ୍ୟାପାର ମନ୍ତ୍ରୀ ଅମିତ ଶାହଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗ ଦେଇଥିଲେ। ଆସନ୍ତା ୨୮ ତାରିଖ ଦ୍ଵିତୀୟ ପର୍ଯ୍ୟାୟ ପଦ୍ମ ପୁରସ୍କାର ବିତରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ।

Tags: #PadmaShriAWard #DrShyamamaiDevi #BabaBalia #DrAdityaPrasadDash #NarasinghPrasadGudu #LateGuruPrasadMohapatra #PresidentOfIndia #RamnathKovind

LEAVE A REPLY

Please enter your comment!
Please enter your name here