ଓଡ଼ିଶାଲାଇଭ୍ ବ୍ୟୁରୋ

ଆଜିଠାରୁ ଅର୍ଥାତ୍ ମାର୍ଚ୍ଚ ୨୫ ତାରଖରୁ ଷୋଡ଼ଶ ବିଧାନସଭାର ୬ ଦିନିଆ ବଜେଟ୍ ଅଧିବେଶନ। ଚଳିତ ଥର କୋଭିଡ କଟକଣା ମଧ୍ୟରେ ଚାଲିବ ଗୃହ କାର୍ଯ୍ୟ। ଗୃହରେ ପ୍ରଥମେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଅଭିଭାଷଣ ରଖିବେ। ପରେ ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ହେମାନନ୍ଦ ବିଶ୍ୱାଳ ଓ ପୂର୍ବତନ ବାଚସ୍ପତି କିଶୋର ମହାନ୍ତିଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ କରାଯିବ। ଏହା ପରେ ଅପରାହ୍ଣ ୪ଟା ପର୍ଯ୍ୟନ୍ତ ଗୃହକୁ ମୁଲତବି ରଖାଯିବ।

ମାର୍ଚ୍ଚ ୨୫, ୨୬ ଓ ୨୮ ତାରିଖ ଗୃହରେ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଆଲୋଚନା କରାଯିବ। ଆସନ୍ତା ମାର୍ଚ୍ଚ ୩୦ ତାରିଖ ଅର୍ଥ ଓ ଅବକାରୀ ମନ୍ତ୍ରୀ ନିରଞ୍ଜନ ପୂଜାରୀ ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ରାଜ୍ୟ ବଜେଟ୍ ଉପସ୍ଥାପନ କରିବେ। ୬ ଦିନିଆ ଅଧିବେଶନରେ ଗୃହରେ ବିଜେପି ୩ଟି ଏବଂ କଂଗ୍ରେସ ୨ଟି ମୁଲତବି ପ୍ରସ୍ତାବ ଆଣିବେ ବୋଲି ଆଇନ ମନ୍ତ୍ରୀ ପ୍ରତାପ ଜେନା ସୂଚନା ଦେଇଛନ୍ତି।

ବିରୋଧୀ ନୂଆ ଏବଂ ପୁରୁଣା ପ୍ରସଂଗ ଉଠାଇବେ। ବିଜେଟ ଅଧିବେଶନରେ ସରକାରଙ୍କୁ ଘେରିବା ପାଇଁ ବିରୋଧୀ ରାଣନୀତି ପ୍ରସ୍ତୁତ କରିଛନ୍ତି। ବିରୋଧୀଙ୍କ ପ୍ରଶ୍ନର ଉତ୍ତର ଦେବାକୁ ଶାସକ ଦଳ ମଧ୍ୟ ପ୍ରସ୍ତୁତ ରହିଥିବା ଜଣାପଡ଼ିଛି।

Tags: #OdishaAssembly #BudgetSession #BudgetSession2022

Comment