ଓଡ଼ିଶାଲାଇଭ୍ ବ୍ୟୁରୋ

ଅସହ୍ୟ ଗରମ ଯୋଗୁଁ ରାଜ୍ୟବାସୀ ହନ୍ତସନ୍ତ ହେଉଛନ୍ତି। ଆସନ୍ତା ଏପ୍ରିଲ ୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ତାପମାତ୍ରା ଆହୁରି ବୃଦ୍ଧି ପାଇବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟରେ ଆସନ୍ତା ଏପ୍ରିଲ ୨ ତାରିଖଠାରୁ ସକାଳୁ ସ୍କୁଲ ଖୋଲିବା ନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ନିଷ୍ପତ୍ତି ହୋଇଛି। ଏ ନେଇ ଗଣଶିକ୍ଷା ବିଭାଗ ମନ୍ତ୍ରୀ ସମୀର ରଂଜନ ଦାଶ ସୂଚନା ଦେଇଛନ୍ତି।

ଆସନ୍ତା ଏପ୍ରିଲ ୨ ତାରିଖଠାରୁ ରାଜ୍ୟର ସମସ୍ତ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଠପଢ଼ା ନିମନ୍ତେ ସକାଳ ୬ଟା ୩୦ରୁ ୧୦ଟା ପର୍ଯ୍ୟନ୍ତ ସ୍କୁଲ ଖୋଲାଯିବ। ସେହିପରି ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ସକାଳ ୭ଟାରୁ ୧୧ଟା ପର୍ଯ୍ୟନ୍ତ ସ୍କୁଲ ଖୋଲା ରହିବ। ଦିନକୁ ଦିନ ତାପମାତ୍ରା ବୃଦ୍ଧି ପାଉଥିବାରୁ ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି।

Tags: #School #MorningClass #OdishaSchool

Comment