ଓଡ଼ିଶାଲାଇଭ୍ ବ୍ୟୁରୋ

ଗରମରେ ଆଉଟୁ ପାଉଟୁ ହେଉଛନ୍ତି ରାଜ୍ୟବାସୀ। ଆଗକୁ ତାତି ଆହୁରି ଅସହ୍ୟ ହେବ। ଆସନ୍ତା ଏପ୍ରିଲ ୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଇବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ମାର୍ଚ୍ଚ ୩୧ରୁ ଏପ୍ରିଲ ୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ୭ଟି ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏହି ଜିଲ୍ଲାଗୁଡ଼ିକ ହେଲା ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ, ବଲାଙ୍ଗିର, ଅନୁଗୁଳ ଏବଂ କଳାହାଣ୍ଡି।

ବର୍ତ୍ତମାନ ଅସହ୍ୟ ତାତିରେ ରାଜ୍ୟବାସୀ ହନ୍ତସନ୍ତ ହେଉଛନ୍ତି। ଦିନ ୧୧ଟା ପରେ ଲୋକଙ୍କୁ ଘରୁ ବାହାରିବା କଷ୍ଟକର ହୋଇପଡୁଛି। ଆଗକୁ ତାପମାତ୍ରା ବୃଦ୍ଧି ପାଇବା ନେଇ ପାଣିପାଗ ବିଭାଗର ଆକଳନ ପରେ ଚିନ୍ତାରେ ପଡ଼ିଯାଇଛନ୍ତି ରାଜ୍ୟବାସୀ।

ଆଗାମୀ ଏପ୍ରିଲ ୨ ତାରିଖ ପର୍ଯ୍ୟନ୍ତ ୭ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଦିଆଯାଇଥିବାବେଳେ ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ ମୟୁରଭଞ୍ଜ, ବରଗଡ, ବୌଦ୍ଧ, ସୋନପୁର ଏବଂ ବଲାଙ୍ଗିର ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

Tags: #Summer #Temperature #YellowWarning #MetrologyDepartment #Weather

Comment