ଓଡ଼ିଶାଲାଇଭ୍ ବ୍ୟୁରୋ

ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବାବେଳେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କିଛି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ମାଲକାନଗିରି, କୋରାପୁଟ, ରାୟଗଡ଼ା, କେନ୍ଦୁଝର, ମୟୁରଭଞ୍ଜ ସହ ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଅନ୍ୟ ଜିଲ୍ଲାଗୁଡ଼ିକରେ ପାଗ ଶୁଖିଲା ରହିବା ସହ ଗ୍ରୀଷ୍ମ ପ୍ରବାହ ଆହୁରି ବଢ଼ିବାର ସମ୍ଭାବନା ରହିଛି। ବର୍ତ୍ତମାନ ପଶ୍ଚିମ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ତାପମାତ୍ରା ଦିନକୁ ଦିନ ବଢ଼ିବାରେ ଲାଗିଛି। ଗରମରେ ଆଉଟୁପାଉଟୁ ହେଉଛନ୍ତି ଜନସାଧାରଣ। ସୋମବାର ପଶ୍ଚିମ ଓଡ଼ିଶାରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିବାର ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଗତ ରବିବାର ଟିଟଲାଗଡ଼ରେ ତାପମାତ୍ରା ୪୧.୬ ଡିଗ୍ରୀ ରହିଥିଲା।

Tags: #Weather #Summer #MetrologyDepartment #Thunderstorm #RainfallAtert

Comment