ଓଡ଼ିଶାଲାଇଭ୍ ବ୍ୟୁରୋ

ଦିନକୁ ଦିନ ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଉଥିବାବେଳେ ତାତି ଆହୁରି ବଢ଼ିବା ନେଇ ଆକଳନ କରିଛି ପାଣିପାଗ ବିଭାଗ। ଉତ୍ତର ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ଯୋଗୁଁ ବର୍ଷା ହେବାର ସମ୍ଭାବନା ରହିଛି। ଅନ୍ୟପଟେ ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ବୃଦ୍ଧି ପାଇବା ନେଇ ଆକଳନ କରାଯାଇଛି। ଆଗାମୀ ୪ରୁ ୫ ଦିନ ପର୍ଯ୍ୟନ୍ତ ଆଭ୍ୟନ୍ତରୀଣ ଓଡ଼ିଶାରେ ସ୍ଵାଭାବିକ ତାପମାତ୍ରାରେ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ଘଟିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି। 
ରାଜ୍ୟରେ ବିଭିନ୍ନ ଜିଲ୍ଲାରେ ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିବ। କିଛି ସ୍ଥାନରେ ଘଡ଼ଘଡ଼ି ସାଙ୍ଗକୁ ବିଜୁଳି ଏବଂ ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଉପକୂଳ ଓଡ଼ିଶାରେ ଜଳୀୟ ବାଷ୍ପ ପୂର୍ଣ୍ଣ ବାୟୁ ପ୍ରବାହ ହେଉଥିବାରୁ ଏଠାରେ ତାପମାତ୍ର ସାମାନ୍ୟ କମ୍ ରହିବ ବୋଲି ଅନୁମାନ କରିଛି ପାଣିପାଗ ବିଭାଗ।
Tags: #Weather #HeatWave #Odisha #MetrologyDepartment













