ଓଡ଼ିଶାଲାଇଭ୍ ବ୍ୟୁରୋ

ପୁଣି ଚିନ୍ତା ବଢ଼ାଇଛି କରୋନା। ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୯୨୭ ଜଣ ନୂଆ କୋଭିଡ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଦେଶର ରାଜଧାନୀ ଦିଲ୍ଲୀରେ ସର୍ବାଧିକ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଠାରେ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୧,୨୦୪ । ଏ ନେଇ କେନ୍ଦ୍ର ସ୍ଵାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ମୋଟ ୨,୨୫୨ ଜଣ କୋଭିଡ ସଂକ୍ରମିତ ସୁସ୍ଥ ହୋଇଥିବାବେଳେ ୩୨ ଜଣ ପ୍ରାଣ ହରାଇଛନ୍ତି।

ଏଣେ ଦେଶରେ କୋଭିଡ ସ୍ଥିତି ବୃଦ୍ଧି ପାଉଥିବାରୁ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। କୋଭିଡ ମୁକାବିଲା ଲାଗି ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ବୁଧବାର ପ୍ରଧାନମନ୍ତ୍ରୀ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ଭିଡିଓ ପନଫରେନ୍ସିଂ ଜରିଆରେ ନରେନ୍ଦ୍ର ମୋଦୀ ମୁଖ୍ୟମନ୍ତ୍ରୀମାନଙ୍କ ସହ ଆଲୋଚନା କରି କୋଭିଡ ସ୍ଥିତି ନିୟନ୍ତ୍ରଣ ଲାଗି ଆବଶ୍ୟକ ପଦକ୍ଷେପ ସମ୍ପର୍କରେ କଥା ହେବେ ବୋଲି ଜଣାପଡ଼ିଛି।

Tags: #Covid19 #Corona #CoronaVirus #CovidInIndia #CovidPositive

Comment