ଓଡ଼ିଶାଲାଇଭ୍ ବ୍ୟୁରୋ

ବାତ୍ୟାକୁ ନେଇ ଲାଗି ରହିଥିବା ଭୟରୁ ରାଜ୍ୟବାସୀ ନିସ୍ତାର ପାଇଛନ୍ତି। ବାତ୍ୟା ‘ଅସାନି’ ଭୟ ଟଳିଥିବାବେଳେ ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ। ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାରେ ବାତ୍ୟା ପ୍ରଭାବରେ ବର୍ଷା ହେଉଛି।

ଶୁକ୍ରବାର ଦକ୍ଷିଣ ଓ ଉତ୍ତର ଉପକୂଳ ଓଡ଼ିଶାର କିଛି ସ୍ଥାନରେ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୧୪ ତାରିଖ ରାଜ୍ୟର କିଛି ସ୍ଥାନରେ ବର୍ଷା ହେବା ନେଇ ଆକଳନ କରାଯାଇଛି। ଉପକୂଳ ଓଡ଼ିଶା, ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ନବରଙ୍ଗପୁର, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଏବଂ ଢେଙ୍କାନାଳରେ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

ଆସନ୍ତ ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର କିଛି ଜିଲ୍ଲାରେ ବର୍ଷା ହେବା ସହ ତାପମାତ୍ରାରେ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ହେବାର ସମ୍ଭବନା ରହିଛି। ଆସନ୍ତା ମେ’ ୧୯ ପରେ ରାଜ୍ୟକୁ ପୁଣି ତାତି ଫେରିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

Tags: #Weather #Rainfall #Cyclone #Asani #MetrologyDepartment

Comment