ଓଡ଼ିଶାଲାଇଭ୍ ବ୍ୟୁରୋ

ଆସନ୍ତା ୧୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବର୍ଷା ହେବାର ସମ୍ଭାବନା ରହିଛି। ବର୍ଷା ସହ ବଜ୍ରପାତର ସମ୍ଭାବନା ମଧ୍ୟ ରହିଛି। ବଜ୍ରପାତ ନେଇ ରାଜ୍ୟର ୯ ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି।

ୟେଲୋୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡ଼ିକ ହେଲା କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ଵର ଓ କଟକ। ସମସ୍ତ ୯ ଜିଲ୍ଲାରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ଆକଳନ କରାଯାଇଛି। ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ରହିବ ବୋଲି କୁହାଯାଉଛି।

କାଳବୈଶାଖୀ ପ୍ରଭାବରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା ଏବଂ ସୁନ୍ଦରଗଡ଼ ଜିଲ୍ଲାର କିଛି  ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗ ପକ୍ଷରୁ ବର୍ଷା ନେଇ ଏହି ଜିଲ୍ଲାଗୁଡ଼ିକ ପାଇଁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Tags: #Weather #Rainfal #MetrologyDepartment

Comment