ଓଡ଼ିଶାଲାଇଭ୍ ବ୍ୟୁରୋ

କିଛି ଦିନର ବ୍ୟବଧାନ ପରେ ପୁଣି ରାଜ୍ୟକୁ ତାତି ଲେଉଟିବା ନେଇ ଆକଳନ କରିଛି ପାଣିପାଗ ବିଭାଗ। ଆସନ୍ତା ୨ରୁ ୩ ଦିନ ମଧ୍ୟରେ ରାଜ୍ୟରେ ପୁଣି ଗ୍ରୀଷ୍ମ ପ୍ରବାହ ଜାରି ରହିବ। ସ୍ୱାଭାବିକଠାରୁ ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରାରେ ବୃଦ୍ଧି ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଆସନ୍ତା ମେ’ ୨୨ ଓ ୨୩ ତାରିଖ ବେଳକୁ ପ୍ରବଳ ଗ୍ରୀଷ୍ମ ପ୍ରବାହ ନେଇ ଆଭ୍ୟନ୍ତରୀଣ ଓଡ଼ିଶାକୁ ସତର୍କ କରାଇଛି ପାଣିପାଗ ବିଭାଗ। ବଲାଙ୍ଗୀର, ବୌଦ୍ଧ, ସୋନପୁର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲ୍ଲାରେ ତାପମାତ୍ରା ବୃଦ୍ଧି ପାଇବ। ଏହି ଜିଲ୍ଲାଗୁଡ଼ିକରେ ତାପମାତ୍ରା ୪୦ରୁ ୪୫ ଡିଗ୍ରୀ ମଧ୍ୟରେ ରହିବ ବୋଲି ଆକଳନ କରାଯାଇଛି। ଗ୍ରୀଷ୍ମ ପ୍ରବାହ ନେଇ ଏହି ୮ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ତେବେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

Tags: #Weather #HeatWave #OdishaWeather #MetrologyDepartment

Comment