ଓଡ଼ିଶାଲାଇଭ୍ ବ୍ୟୁରୋ

ରାଜ୍ୟର ବିଭିନ୍ନ ସ୍ଥାନରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିବ। କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। କାଳବୈଶାଖୀ ତାଣ୍ଡବ ନେଇ ୧୫ଟି ଜିଲ୍ଲାକୁ ୟେଲୋ ଓ୍ୱର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
ଏହି ଜିଲ୍ଲା ଗୁଡ଼ିକ ହେଲା କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଢେଙ୍କାନାଳ, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କନ୍ଧମାଳ ଓ ଗଞ୍ଜାମ।
ଆଗାମୀ ୨୪ ଘଣ୍ଟା ପରେ କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି ଓ କନ୍ଧମାଳ ଜିଲ୍ଲାରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିବ। ଏହି ଜିଲ୍ଲାଗୁଡ଼ିକରେ କାଳବୈଶାଖୀ ପ୍ରଭାବରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭଗ। ବଙ୍ଗୋପସାଗରରେ ଏକ ଗୁରୁଚାପ ରହିଥିବାରୁ ଜଳୀୟ ବାଷ୍ପ ଭୂ-ପୃଷ୍ଠକୁ ଆସିବା ସହ କାଳବୈଶାଖୀ କରାଉଛି ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।
Tags: #Weather #WeatherUpdates #Kalabaisakhi #Rainfall #Thunderstorm













