ଓଡ଼ିଶାଲାଇଭ୍ ବ୍ୟୁରୋ

ଶନିବାରଠାରୁ ଆରମ୍ଭ ହୋଇଛି ମାଟ୍ରିକ ଖାତା ମୂଲ୍ୟାୟନ। ମାଟ୍ରିକ ସହିତ ଏସଓଏସ ଏବଂ ମଧ୍ୟମା ପରୀକ୍ଷାର ଖାତା ମଧ୍ୟ ମୂଲ୍ୟାୟନ ହେବ। ରାଜ୍ୟର ମୋଟ ୫୮ଟି ମୂଲ୍ୟାୟନ କେନ୍ଦ୍ରରେ ଖାତା ଦେଖା ଚାଲିଛି। ଏଥିପାଇଁ ଗୋଟିଏ ଦିନ ପୂର୍ବରୁ ମୂଲ୍ୟାୟନ କେନ୍ଦ୍ରଗୁଡ଼ିକରେ ଯୋଗ ଦେଇଛନ୍ତି ପରୀକ୍ଷକମାନେ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ଖାତା ଦେଖା କାର୍ଯ୍ୟ ଚାଲିବ। ଏଥିପାଇଁ ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି।

ଖାତା ଦେଖିବା ପାଇଁ ୪୮୧ ଜଣ ମୁଖ୍ୟ ପରୀକ୍ଷକଙ୍କ ସହ ୯୦୦ ଜଣ ଉପ ପରୀକ୍ଷକ, ୮,୯୧୯ ଜଣ ସହକାରୀ ପରୀକ୍ଷକ ଏବଂ ୯୩୦ ଜଣ ସ୍କୃଟିନାଇଜର ନିୟୋଜିତ ଅଛନ୍ତି। ଖାତା ଦେଖା ପରେ ମାର୍କ ଅନଲାଇନରେ ଅପଲୋଡ କରାଯିବ ବୋଲି ବୋର୍ଡ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।

Tags: #Education #Exam #MatricExam #MatricResult

Comment