ଓଡ଼ିଶାଲାଇଭ୍ ବ୍ୟୁରୋ

ରାଜ୍ୟର ବିଭିନ୍ନ ଜିଲ୍ଲାରେ ସକ୍ରିୟ ରହିଛି କାଳବୈଶାଖୀ। ଆଗକୁ ମଧ୍ୟ କାଳାବୈଶାଖୀର ପ୍ରଭାବ ରହିବ। ଏହା ପ୍ରଭାବରେ ଘଡ଼ଘଡ଼ି ଓ ବିଜୁଳି ସହିତ ବର୍ଷା ହେବ। କାଳବୈଶାଖୀ ନେଇ ରାଜ୍ୟର ୬ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଲା କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ ଢେଙ୍କାନାଳ।

ଆସନ୍ତା ୨୪ ଓ ୨୫ ତାରିଖରେ ଉପକୂଳ ଓ ଉତ୍ତର ଓଡ଼ିଶାର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ପ୍ରଭାବରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।

କିନ୍ତୁ ୨୭ ତାରିଖ ବେଳକୁ ରାଜ୍ୟରେ ପୁଣି ଗ୍ରୀଷ୍ମ ପ୍ରବାହ ଜାରି ରହିବ ବୋଲି କୁହାଯାଉଛି। ସ୍ୱାଭାବିକଠାରୁ ତାପମାତ୍ରାରେ ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଗ୍ରୀଷ୍ମ ପ୍ରବାହ ନେଇ ବଲାଙ୍ଗୀର, ବୌଦ୍ଧ, ସୋନପୁର, ଝାରସୁଗୁଡ଼ା, ବରଗଡ଼, କେନ୍ଦୁଝର ଓ ମୟୁରଭଞ୍ଜ ଜିଲ୍ଲାକୁ ସତର୍କ କରିଛି ପାଣିପାଗ ବିଭାଗ।

Tags: #Weather #Kalabaishakhi #Thunderstorm #Rainfall #Warning #MetrologyDepartment

Comment