ଓଡ଼ିଶାଲାଇଭ୍ ବ୍ୟୁରୋ

ରାଜ୍ୟରେ କାଳବୈଶାଖୀ ସକ୍ରିୟ ରହିଥିବାରୁ ଏହାର ପ୍ରଭାବରେ ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେଉଛି। ପବନର ବେଗ ବୃଦ୍ଧି ଯୋଗୁଁ ବିଭିନ୍ନ ସ୍ଥାନରେ ଗଛ ଉପୁଡ଼ି ଥିବା ଜଣାପଡ଼ିଛି। କାଳବୈଶାଖୀ ପ୍ରଭାବରେ ଆଗାମୀ ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଘଡ଼ଘଡି ବିଜୁଳି ସହ ବର୍ଷା ନେଇ ସତର୍କତା ଜାରି କରିଛି ପାଣିପାଗ ବିଭାଗ। ଘଡ଼ଘଡ଼ି ବିଜୁଳି ନେଇ ୫ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡ଼ିକ ହେଲା ରାୟଗଡ଼ା, ଗଜପତି, କନ୍ଧମାଳ, ମାଲକାନଗିରି ଏବଂ କୋରାପୁଟ।

ଅନେକ ଜିଲ୍ଲାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ଦେଖିବାକୁ ମିଳୁଛି। ବର୍ଷା ହେଉଥିବା ଜିଲ୍ଲାଗୁଡ଼ିକରେ ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରାରେ ହ୍ରାସ ହୋଇଥିବା ପାଣିପାଗ ବିଭାଗ ପକ୍ଷରୁ ରେକର୍ଡ କରାଯାଇଛି। ଆଗାମୀ ୩ରୁ ୪ ଦିନ ମଧ୍ୟରେ ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରାରେ ବୃଦ୍ଧି ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

Tags: #Thunderstorm #RainFall #Lightening #YellowWarning

Comment