ଓଡ଼ିଶାଲାଇଭ୍ ବ୍ୟୁରୋ

ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି। ମଙ୍ଗଳବାର କେତେକ ଜିଲ୍ଲାରେ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ। ଝଡ଼ବର୍ଷା ପାଇଁ ୧୧ଟି ଜିଲ୍ଲାକୁ ସତର୍କ କରିଛି ପାଣିପାଗ ବିଭାଗ।

ଅନ୍ୟ ପକ୍ଷରେ ଉତ୍ତର ଓଡ଼ିଶା, ଉପକୂଳ ଏବଂ ଦକ୍ଷିଣ-ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ବର୍ଷା ନେଇ ସତର୍କ କରାଯାଇଥିବା ଜିଲ୍ଲାଗୁଡ଼ିକ ହେଲା ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ଅନୁଗୁଳ, ଦେବଗଡ଼, ଢେଙ୍କାନାଳ, କଟକ, ଯାଜପୁର ଏବଂ ଜଗତସିଂହପୁର। ଏହା ସହିତ କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ଵର, ମୟୂରଭଞ୍ଜ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି ଏବଂ କନ୍ଧମାଳ ଜିଲ୍ଲାରେ ଝଡ଼ ବର୍ଷା ସମ୍ଭବନା ରହିଥିବା କହିଛି ପାଣିପାଗ ବିଭାଗ।

କେତେକ ସ୍ଥାନରେ ପବନର ବେଗ ୪୦ରୁ ୫୦ କିଲୋମିଟର ସହ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ। ଢ଼େଙ୍କାନାଳ, କଟକ, ଯାଜପୁର ଏବଂ କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

Tags: #Weather #RainFall #Odisha #RainFallAlert #MetrologyDepartment

Comment